Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣିଆରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

by ସଞ୍ଜୟ ସ୍ୱାଇଁ
February 10, 2020
in Nayagarh
ଗଣିଆରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ
33
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗଣିଆ ବ୍ଲକ୍‌ରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶିବିର ସ୍ଥାନୀୟ ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ଡ. ପୋମା ଡୁଟୁ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ୍ ରାଉତ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସ୍ୱେତକୁମାର ମହାପାତ୍ର, ଆରକ୍ଷୀ ଅଧିକ୍ଷକ ଦାୟିତ୍ୱରେ ଥିବା ଦିଲ୍ଲୀପ ସାହାଣୀ, ସ୍ଥାନୀୟ ବିଡିଓ ପ୍ରମୁଖ ଯୋଗ ଦେଇଥିଲେ । ଆଜିର ଜନଶୁଣାଣୀ ଶିବିରରେ ମୋଟ୍ ୬୨ଗୋଟି ଅଭିଯୋଗ ଶୁଣାଣୀ ହୋଇଥିବାବେଳେ ଏଥିରୁ ତୁରନ୍ତ ୨୪ଗୋଟି ସମାଧାନ କରାଯାଇଥିଲା । ୪ଗୋଟି ଗ୍ରାମ୍ୟ ସମସ୍ୟା ରହିଥିବା ବେଳେ ୫୨ଗୋଟି ବ୍ୟକ୍ତିଗତ ସମସ୍ୟା ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦ହଜାର ଟଙ୍କା ସାହାଯ୍ୟ ପ୍ରଦାନ କରାଯାଇଥିବା ବେଳେ ଜିଲ୍ଲା ରେଡକ୍ରସ୍ ସୋସାଇଟିରୁ ୨୫ ହଜାର ଟଙ୍କାର ସହାଯ୍ୟ ପ୍ରଦାନ କରାଯାଇଥିଲା । ମୋଟ ଉପରେ ୫୫ହଜାର ଟଙ୍କାର ସହାଯ୍ୟ ପ୍ରଦାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣୀ ଶିବିରରେ ଗଣିଆ ବ୍ଲକ୍ କର୍ତ୍ତୃପକ୍ଷ ସହାଯ୍ୟ ସହଯୋଗ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!