Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୨ କେଜି ଗଞ୍ଜେଇ ସହ ୪୦ ହଜାର ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
November 13, 2024
in Crime, State
୨୨ କେଜି ଗଞ୍ଜେଇ ସହ ୪୦ ହଜାର ଟଙ୍କା ଜବତ
43
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ବାଇକ୍ ଡିକିରେ ଗଞ୍ଜେଇ ଭର୍ତ୍ତି କରି ଚାଲାଣ କରୁଥିବା ବେଳେ ମାଡ଼ି ବସିଲା କଣ୍ଟାମାଳ ଅବକାରୀ ବିଭାଗ । ଗାଡିରୁ ୨୨ କେଜି ଗଞ୍ଜେଇ ସହ ନଗଦ ୪୦ ହଜାର ଟଙ୍କା ଜବତ ହୋଇଛି । ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ହୋଇଥିବା ଯୁବକ ଜଣକ ଗୁଣ୍ଡୁଚିତରା ଗ୍ରାମର ନିଶାବ ରଣା (୧୯) ବୋଲି ଜଣାପଡ଼ିଛି । ବୌଦ୍ଧ ଜିଲ୍ଲା ଘଣ୍ଟାପଡ଼ା ଥାନା ଅନ୍ତର୍ଗତ ରୀଙ୍ଗାପଡ଼ା ଛକରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଘଣ୍ଟାପଡା ଅଞ୍ଚଳରୁ ଏକ ବାଇକ୍ ଯୋଗେ ଗଞ୍ଜେଇ ଚାଲାଣ ହେଉଥିବା ନେଇ କଣ୍ଟାମାଳ ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା । ଖବର ପାଇ ରୀଙ୍ଗାପଡ଼ା ଛକ ନିକଟରେ ଛପି ରହିଥିଲା । ଏହି ସମୟରେ ଉକ୍ତ ବାଇକ୍‌ଟି ଦୃତ ଗତିରେ ଯାଉଥିବାରୁ ତାକୁ ଅଟକାଇ ଯାଞ୍ଚ କରିଥିଲା ଅବକାରୀ ବିଭାଗର ଟିମ୍‌ । ଯାଞ୍ଚ କରିବାରୁ ଗାଡ଼ି ଡିକିରୁ ବିପୁଳ ପରିମାଣର ଗଞ୍ଜେଇ ମିଳିଥିବା ବେଳେ ନଗଦ ଟଙ୍କା ଥିବା ମଧ୍ୟ ଦେଖିବାକୁ ପାଇଥିଲା । ତେବେ ଜବତ ଗଞ୍ଜେଇକୁ ଓଜନ କରିବାରୁ ତାହା ୨୨ କେଜି ଥିବା ବେଳେ ନଗଦ ୪୦ ହଜାର ଟଙ୍କା ଥିବା ଜଣାପଡିଥିଲା । ଉକ୍ତ ଗଞ୍ଜେଇ ଏବଂ ନଗଦ ଟଙ୍କାକୁ ଜବତ କରି ଅଭିଯୁକ୍ତକୁ ଗିରଫ କରାଯାଇଛି । ଏହା ସହ ଘଟଣାର ତଦନ୍ତ ଜାରି ରଖିଛି କଣ୍ଟାମାଳ ଅବକାରୀ ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!