Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକ ପରିଚୟ ଦେଇ ଗଞ୍ଜେଇ ଚାଲାଣ

by ସଞ୍ଜୟ ସ୍ୱାଇଁ
May 10, 2023
in Crime, State
ବିଧାୟକ ପରିଚୟ ଦେଇ ଗଞ୍ଜେଇ ଚାଲାଣ
221
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ନିଜକୁ ବିଧାୟକ ପରିଚୟ ଦେଇ ଦାମୀ ଗାଡ଼ିରେ କରୁଥିଲେ ଗଞ୍ଜେଇ ଚାଲାଣ । ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ମାଡ଼ି ବସିଲା ଅବକାରୀ ଗୁଇନ୍ଦା ବିଭାଗ ୟୁନିଟ୍ ୨ । ଏମିତି ଘଟଣା ଘଟିଛି କଟକ ଜିଲ୍ଲା ଟାଙ୍ଗୀ ଟୋଲ୍ ଗେଟ୍ ନିକଟରେ । ଅବକାରୀ ବିଭାଗକୁ ପୂର୍ବରୁ ସୂଚନା ମିଳିଥିଲା କି ଏକ ହୋଣ୍ଡାସିଟି କାର୍ ଯୋଗେ ଗଞ୍ଜେଇ ଚାଲାଣ ହେଉଛି । ଏହାପରେ ବୁଧବାର ସକାଳ ୬ଟା ସମୟରେ ସିଏଚ୍୦୧ଏଏକ୍ସ ୬୯୯୦ ହୋଣ୍ଡା ସିଟି କାର୍ ଉପରେ ସନ୍ଦେହ ଘନୀଭୂତ ହୋଇଥିଲା ଓ କାରର ଯାଞ୍ଚ କରାଯାଇଥିଲା । ଏହି ସମୟରେ କାର୍‌ରେ ବସିଥିବା ତାବ୍ରେଜ୍ ନାମକ ଜଣଙ୍କ ବ୍ୟକ୍ତି ନିଜକୁ ଉତ୍ତର ପ୍ରଦେଶର ପୂର୍ବତନ ବିଧାୟକ ପରିଚୟ ଦେଇ ଭୟଭୀତ କରିବା ପାଇଁ ଚେଷ୍ଟା କରିଥିଲା । ଏହାପରେ କାର୍‌କୁ ଯେତେବେଳେ ଯାଞ୍ଚ କରାଯାଇଥିଲା ସେତେବେଳେ ସିକ୍ରେଟ ଚ୍ୟାମ୍ବର ଭିତରୁ ଏକ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିଲା । ଗାଡ଼ିରେ ଥିବା ଦୁଇ ଜଣ ଅମଜାଦ ଓ ତାବ୍ରେଜକୁ ଗିରଫ ସହ କୋର୍ଟ ଚାଲାଣ କରାଯାଇଛି । ଏମାନେ ଆନ୍ଧ୍ର ପ୍ରଦେଶରୁ ଉତ୍ତର ପ୍ରଦେଶ ଗଞ୍ଜେଇ ନେଇ ଯାଉଥିବା ସହ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଡିଏସପି କହିଛନ୍ତି । ସେହିଭଳି ପ୍ରଥମ ଥର ଚାଲାଣ କରୁଥିବା କଥା ସ୍ବୀକାର କରିଛନ୍ତି ଚାଲାଣକାରୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!