Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ

by ସଞ୍ଜୟ ସ୍ୱାଇଁ
October 7, 2024
in Crime, State
ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ
89
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫଳ ବୋଝେଇ ଟ୍ରକ୍‌ରୁ ମିଳିଲା ୮୦୮ କିଲୋରୁ ଅଧିକ ଗଞ୍ଜେଇ। ଭୁବନେଶ୍ୱର ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତ କ୍ରିଷ୍ଣାଭରମରୁ ଧରିଲା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ (DRI) । ଏହି ଘଟଣାରେ ଟ୍ରକ୍ ଡ୍ରାଇଭର ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ କୋଟିଏ ୬୧ ଲକ୍ଷ ଟଙ୍କା ହେବ। ଫଳ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର ଆସୁଥିବା ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ କୌଣସି ସୂତ୍ରରୁ ଖବର ପାଇଥିଲା। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଚୋରା ଚାଲାଣ କରାଯାଉଥିବା ଗଞ୍ଜେଇକୁ ଧରିବାକୁ ଜାଲ ବିଛାଇଥିଲା। ଗତକାଲି ରାତିରେ ଆନ୍ଧ୍ରପ୍ରଦେଶ-ଓଡ଼ିଶା ସୀମାନ୍ତରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଛକି ରହିଥିଲେ। ଏହି ସମୟରେ ଫଳ ବୋଝେଇ ଟ୍ରକଟି ସେହି ରାସ୍ତା ଦେଇ ଯାଇଥିଲା। ଏକ କାର୍‌ ତାକୁ ଏସ୍କର୍ଟ ଦେଇ ଆଣୁଥିଲା। ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଗଞ୍ଜେଇ ଭର୍ତ୍ତି ଟ୍ରକ୍ ଓ କାର୍‌କୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ହେଲେ ସେମାନେ DRIର କର୍ମଚାରୀଙ୍କୁ ଦେଖି ଦ୍ରୁତ ଗତିରେ ଗାଡ଼ି ଚଲାଇଥିଲେ। ପରେ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟର କର୍ମଚାରୀମାନେ ଟ୍ରକ୍ ଓ କାରକୁ ପିଛା କରିଥିଲେ। ଟ୍ରକ୍‌ଟି ଦ୍ରୁତ ଗତିରେ ଆସି ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଥିବା କ୍ରିଷ୍ଣାଭରମ୍ ଟୋଲଗେଟକୁ ଧକ୍କା ଦେଇଥିଲା। ପରେ କାରଟି ମଧ୍ୟ ସେଠାରେ ଅଟକି ଯାଇଥିଲା। କର୍ମଚାରୀମାନେ କାର୍‌ ଓ ଟ୍ରକ୍‌କୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଟ୍ରକ୍ ଓ କାର୍‌ରୁ ପ୍ୟାକେଟ ପ୍ୟାକେଟ ଗଞ୍ଜେଇ ଜବତ କରିଥିଲେ। ପ୍ରାୟ ୮୦୮.୧୮ କେଜି ଗଞ୍ଜେଇ ଜବତ କରାଯାଇଥିଲା। DRI ପକ୍ଷରୁ କାର୍ ଓ ଫଳ ବୋଝେଇ ଟ୍ରକ୍‌କୁ ଜବତ କରାଯାଇଛି ଓ ଘଟଣାର ତଦନ୍ତ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!