Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗପ କହି ଉପଦେଶ ଦେଲେ ଅରବିନ୍ଦ

by ସଞ୍ଜୟ ସ୍ୱାଇଁ
December 25, 2019
in Education
ଗପ କହି ଉପଦେଶ ଦେଲେ ଅରବିନ୍ଦ
58
VIEWS
Share on FacebookShare on Twitter

ୟୁନିଟେକ ବାର୍ଷିକୋତ୍ସବ ଅନୁଷ୍ଠିତ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଅବସ୍ଥିତ ୟିନିଟେକ ଇନଷ୍ଟିଟଚ୍ୟୁଟର ବାର୍ଷିକୋତ୍ସବର ଦ୍ୱିତୀୟ ତଥା ଉଦ୍ଯାପନି ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଗଳ୍ପ ସାହିତ୍ୟର ଜଣାଶୁଣା ବ୍ୟକ୍ତିତ୍ୱ ଅରବିନ୍ଦ ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଚାଟାର୍ଡ଼ ଆକାଉଣ୍ଡାଟ ବିଭୂତି ଭୂଷଣ ମିଶ୍ର ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ରାୟ ଛାତ୍ରଛାତ୍ରୀମାନଙ୍କୁ ଚାରିଟି ଗଳ୍ପ ମାଧ୍ୟମରେ ବହୁ ହିତୋପଦେଶ ଦେବା ସହ ପାଠକୁ କାର୍ଯ୍ୟରେ ଲଗାଇବା ପାଇଁ ଏକ ସ୍ୱତନ୍ତ୍ର କଳାର ଆବଶ୍ୟକତା ରହିଥିବା କହିଛନ୍ତି । ସେହିଭଳି ଜୀବନରେ ଅସଂଖ୍ୟ ସୁଯୋଗ ଆସିଥିବା ବେଳେ ସେଥି ମଧ୍ୟରୁ ଗୋଟିଏ ସୁଯୋଗକୁ ଛାତ୍ର ଗ୍ରହଣ କରି ପାରିଲେ ଚଲାପଥ କୁସୁମୀତ ହେବ ବୋଲି ତାଙ୍କ ବକ୍ତବ୍ୟରେ କହିଛନ୍ତି । ସମ୍ମାନିତ ଅତିଥି ଶ୍ରୀଯୁକ୍ତ ମିଶ୍ର ଛାତ୍ରଛାତ୍ରୀମାନେ ଶିକ୍ଷା ଗ୍ରହଣ କରିବାକୁ ତପସ୍ୟା ବଦ୍ଧ ହେବା ଆବଶ୍ୟକ ବୋଲି କହିଛନ୍ତି । ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ୟୁନିଟେକର ଅଧ୍ୟକ୍ଷ ପ୍ରଦୀପ କୁମାର ପୃଷ୍ଟି, ମହାବିଦ୍ୟାଳୟର ଅଧ୍ୟକ୍ଷ ସନ୍ତୋଷ କୁମାର ପାଢ଼ୀ, କୃଷ୍ଣ ପ୍ରସାଦ ମହାପାତ୍ର ପ୍ରମୂଖ ଉପସ୍ଥିତ ଥିବା ବେଳେ ୟୁନିଟେକ୍ର ନିର୍ଦ୍ଦେଶକ ପ୍ରବୀର କୁମାର ପୃଷ୍ଟି ବାର୍ଷିକ ବୀବରଣୀ ପାଠ କରିଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ଗତବର୍ଷ +୨ରେ ୮୫ ପ୍ରତିଶତରୁ ଅଧିକ ମାର୍କ ରଖିଥିବା ୭ ଜଣ ଛାତ୍ରଛାତ୍ରୀଙ୍କୁ ୧୫ ହଜାର ଟଙ୍କା ଲେଖାଁଏ ପୁରସ୍କାର ରାଶି ପ୍ରଦାନ କରାଯାଇଥିବା ବେଳେ ଭଏସ ଅଫ୍ ନୟାଗଡ଼ ସିଜିନ-୨ର ବିଜେତା ମୋନାଲିସା ସ୍ୱାଇଁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ୟୁଟିଟେକ ଡ୍ରିଗ୍ରୀ କଲେଜ, +୨ ମହାବିଦ୍ୟାଳୟ ଏବଂ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!