Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଯାପନ ଉତ୍ସବ ପାଳିତ

by ସଞ୍ଜୟ ସ୍ୱାଇଁ
January 29, 2025
in Nayagarh, State
ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦଯାପନ ଉତ୍ସବ ପାଳିତ
141
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶ୍ରୀ ଲଡୁକେଶ ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ଗୋଡିପଡା ଠାରେ ଚାଲୁଥିବା ଅଷ୍ଟଦିନାତ୍ମକ ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ମହା ସମାରୋହରେ ସମାପନ ହୋଇ ଯାଇଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଭୁବନେଶ୍ୱର ଓ ନୋଡାଲ କେନ୍ଦ୍ର ସ୍ୱୟଂ ଶାସିତ ମହାବିଦ୍ୟାଳୟ ନୟାଗଡ଼ଙ୍କ ସହଯୋଗରେ ଆୟୋଜିତ ଉକ୍ତ କାର୍ଯ୍ରକ୍ରମରେ ବିଦ୍ୟାଳୟର ୧୪୯ ଜଣ ଛାତ୍ରୀ ଅଂଶ ଗ୍ରହଣ କରି ଆତ୍ମ ସୁରକ୍ଷାର ବିଭିନ୍ନ କୌଶଳ ଗୁଡିକ ବିଷୟରେ ପ୍ରଶିକ୍ଷଣ ନେଇଥିଲେ ।

ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ଉଷାରାଣୀ ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟାତିଥି ଭାବେ ଗୋଡିପଡା ଗ୍ରାମ ପଞ୍ଚାୟତର ସରପଞ୍ଚ ଅନ୍ତର୍ଯ୍ୟାମି ସାହୁ ଯୋଗ ଦେଇ ବାଳିକା ମାନେ ପ୍ରଶିକ୍ଷିତ ହେଲେ ସମୟରେ ଦେଖାଯାୁଥିବା ଅନେକ ପ୍ରକାର ବିଶୃଙ୍ଖଳାକୁ ପ୍ରତିହିତ କରିବାରେ ସମର୍ଥ ହୋଇ ପାରିବେ । ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ପୁଲକ କୁମାର ମହାନ୍ତି, ଲକ୍ଷ୍ମୀଧର ଦାସ ଓ ବିଜ୍ଞାନଗାର ସହାୟକ ପବିତ୍ର କୁମାର ପୃଷ୍ଟି ଯୋଗ ଦେଇ ବାଳିକା ମାନଭ୍‌କ ପାଇଁ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଅତ୍ୟନ୍ତ ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ ।

ପ୍ରଶିକ୍ଷିତା ଭାବେ ସୁଶ୍ରୀ କରିନା ପ୍ରଧାନ ଓ ବିଷ୍ଣୁପ୍ରିୟା ମହାପାତ୍ର ଦୀର୍ଘ ଆଠ ଦିନ ଧରି ବାଳିକା ମାନଙ୍କୁ ସୁରକ୍ଷାର ଅଭିନବ କୌଶଳ ଗୁଡିକ ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । କ୍ରିଡା ଅଧ୍ୟାପକ ଚିତରଞ୍ଜନ ମହାପାତ୍ର ପ୍ରତିଯୋଗିତା ପରିଚାଳନା କରିଥିବାବେଳେ କାର୍ଯ୍ୟକ୍ରମ ଅଧିକାରୀ ଡ. ସନ୍ତୋଷ କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ ପୂର୍ବକ ଅତିଥି ମାନଙ୍କର ପରିଚୟ ରଖିଥିଲେ । ସୁଶ୍ରୀ ଜ୍ୟୋତିର୍ମୟୀ ନିବେଦିତା ସଭା ସଂଯୋଜନା କରିଥିବା ବେଳେ ପୂଜା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କୃତି ଛାତ୍ରୀ ମାନଙ୍କୁ ପୁରସ୍କାର ଓ ପ୍ରମାଣ ପତ୍ର ବଣ୍ଟନ କରାଯାଇଥିଲା । ଶେଷରେ ଛାତ୍ରୀ ମାନଙ୍କ ଦ୍ୱାରା ଦେଶାତ୍ମବୋଧକ ଗୀତ ଗାନ କରାଯିବା ସହ ଶାନ୍ତି ପାଠ କରାଯାଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!