Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜନ୍ମ ଜୟନ୍ତୀ ଅବସରରେ ପୁଷ୍ପ ମାଲ୍ଯାର୍ପଣ

by ସଞ୍ଜୟ ସ୍ୱାଇଁ
December 31, 2024
in Nayagarh, State
ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜନ୍ମ ଜୟନ୍ତୀ ଅବସରରେ ପୁଷ୍ପ ମାଲ୍ଯାର୍ପଣ
285
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଙ୍କର ୧୩୫ ତମ ଜୟନ୍ତୀ ଅବସରରେ ଆଜି ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ଥାପିତ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯାର୍ପଣ କରାଯାଇଛି। ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମ୍ରତି ପରିଷଦ ସଂପାଦକ ପ୍ରଦୀପ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ସ୍ମୃତି ଚାରଣ କରିଥିଲେ। ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଥିଲେ ସ୍ବାଧୀନତା ସଂଗ୍ରାମର ଏକ ଅନିର୍ବାଣ ଅଗ୍ନିଶିଖା ବୋଲି କହିବା ସହିତ ଅଧୁନା ଛାତ୍ରଛାତ୍ରୀ ମାନେ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜୀବନୀ ବିଷୟରେ ପଢିବା ଆବଶ୍ଯକ ବୋଲି ମତ ରଖିଥିଲେ।

ପୂଜ୍ୟ ବିପ୍ଳବୀ ହେଉଛନ୍ତି ନୟାଗଡ଼ ମାଟିର ପ୍ରଥମ ରାଜ୍ଯସଭା ସଦସ୍ଯ। ଗାନ୍ଧୀବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କର ସ୍ମୃତି ଚାରଣ ହିଁ ଆମ ସମସ୍ତଙ୍କର ଜାତୀୟ କର୍ତ୍ତବ୍ଯ ବୋଲି ସମସ୍ତଙ୍କୁ ନିବେଦନ କରିଥିଲେ। ସଂଗ୍ରାମୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମତି ପରିଷଦ,ନୟାଗଡର ସଭାପତି ପ୍ରସନ୍ନ କୁମାର ପଣ୍ଡା, ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ର ସଂପାଦକ ଶ୍ରୀଧର ସାହୁ, ସ୍ମ୍ରତି ପରିଷଦର ସଦସ୍ଯ ପ୍ରମୋଦ ପଟ୍ଟନାୟକ,ଗୋଦାବରୀଶ ସାହୁ, ଅନାଦି ଚରଣ ମହାନ୍ତି,କାମାକ୍ଷା ପ୍ରସାଦ ଦାସ, ଭଗବତୀ ଚରଣ ପଟ୍ଟନାୟକ,ବସନ୍ତ କୁମାର ରାଉତ ଓ ରାଜକିଶୋର ଦଳେଇ ଯୋଗ ଦେଇ ପୂଜ୍ୟ ବିପ୍ଳବୀଙ୍କର ସ୍ମୁତିଚାରଣ କରିଥିଲେ। ବିଦ୍ଯାଳୟର ସେବାବ୍ରତୀ ଆଚାର୍ଯ୍ୟା ପ୍ରିୟମ୍ବଦା ମହାପାତ୍ର, ଅର୍ଚ୍ଚନା ରଥ,ପୁଷ୍ପିତା ରଥ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!