Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଡ଼ ମଧ୍ୟରେ ୪ ମହିଳାଙ୍କଠାରୁ ସୁନା ଚେନ୍ ଝାମ୍ପି ନେଲେ ଲୁଟେରା

by ସଞ୍ଜୟ ସ୍ୱାଇଁ
October 22, 2023
in Crime, State
ଭିଡ଼ ମଧ୍ୟରେ ୪ ମହିଳାଙ୍କଠାରୁ ସୁନା ଚେନ୍ ଝାମ୍ପି ନେଲେ ଲୁଟେରା
59
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୂଜା ମଣ୍ଡପରେ ମାତିଛନ୍ତି ଚେନ ଲୁଟେରା । ଭିଡର ସୁଯୋଗ ନେଇ ମହିଳାଙ୍କ ବେକରୁ ସୁନା ଅଳଙ୍କାର ଲୁଟି ନେଉଛନ୍ତି ଦୁର୍ବୃତ୍ତ । ମା’ଙ୍କ ଦର୍ଶନ ପାଇଁ ମଣ୍ଡପଗୁଡିକରେ ଲୋକଙ୍କ ଭିଡ ଲାଗୁଥିବାବେଳେ ଶ୍ରଦ୍ଧାଳୁଙ୍କୁ ଲୁଟିବାକୁ ଭିଡ଼ରେ ବୁଲୁଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଭୁବନେଶ୍ୱର ବମିଖାଲ ପୂଜା ମଣ୍ଡପରୁ ଥରକରେ ୪ ଜଣ ମହିଳାଙ୍କ ବେକରୁ ଚେନ ଲୁଟି ନେଇଛନ୍ତି ଗ୍ୟାଙ୍ଗ । ଏ ନେଇ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସିସିଟିଭି ଭିଜୁଆଲ ଦେଖି ଲୁଟେରାଙ୍କୁ ଚିହ୍ନଟ କରିବା ପାଇଁ ପୋଲିସ ଚେଷ୍ଟା କରୁଛି । ଅଭିଯୋଗ ଅନୁସାରେ, ଆଜି ସକାଳ ପ୍ରାୟ ୧୦ଟା ୩୦ରୁ ୧୦ଟା ୪୫ ମଧ୍ୟରେ ବମିଖାଲ ପୂଜା ମଣ୍ଡପ ପାଖରେ ସୁନା ଚେନ୍ ଲୁଟର ଶିକାର ହୋଇଛନ୍ତି ୪ ଜଣ ମହିଳା । ମାତ୍ର ୧୫ ମିନିଟରେ ଚୋରି କରି ଚମ୍ପଟ ମାରିଛନ୍ତି ମହିଳା ଲୁଟେରା ଗ୍ୟାଙ୍ଗ । ଚେନ ଚୋରି ପରେ ଭୋ ଭୋ ହୋଇ ମହିଳାମାନେ କାନ୍ଦୁଥିବା ଦେଖିବାକୁ ମିଳିଥିଲା । ପୋଲିସର କଡ଼ା ସୁରକ୍ଷା ବଳୟ ଓ ସିସିଟିଭି ସର୍ଭିଲାନ୍ସରେ ପୂଜା ମଣ୍ଡପ ଅଞ୍ଚଳ ଥିବା ବେଳେ ଏପରି ଚୋରି ସମସ୍ତଙ୍କୁ ଚକିତ କରିଛି । ଏ ନେଇ ପିସିଆରକୁ ଜଣାଇବା ପରେ ଛାନବିନ ଆରମ୍ଭ ହୋଇଛି । ଏକ ମହିଳା ଲୁଟେରା ଗ୍ୟାଙ୍ଗ ପୂଜା ମଣ୍ଡପକୁ ଟାର୍ଗେଟ କରି ଏଭଳି କାଣ୍ଡ ଘଟାଇଥିବା ସନ୍ଦେହ କରାଯାଉଛି । କାରଣ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଲୁଟ ବେଳେ ସେମାନେ କିଛି ମହିଳାଙ୍କୁ ଦେଖିଛନ୍ତି । ସେପଟେ ବମିଖାଲ ପୂଜା ମଣ୍ଡପର କର୍ମକର୍ତ୍ତା ସିସିଟିଭି ଯାଞ୍ଚ କରିବା ଆରମ୍ଭ କରିଛନ୍ତି । ହଜାର ହଜାର ସଂଖ୍ୟାରେ ଶଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଅଷ୍ଟମୀରେ ମଣ୍ଡପକୁ ଆସୁଛନ୍ତି । କମିଶନରେଟ ପୋଲିସ ମୁତୟନ କରିବାକୁ କହିଥିବା ମହିଳା ପୋଲିସ ଏପର୍ଯ୍ୟନ୍ତ ପହଞ୍ଚି ନଥିବାରୁ ଏଭଳି ଅଘଟଣ ଘଟୁଥିବା କହିଛନ୍ତି ପୂଜା କମିଟି ସମ୍ପାଦକ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!