Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ

by ସଞ୍ଜୟ ସ୍ୱାଇଁ
September 25, 2023
in NATIONAL NEWS, Sports
ମହିଳା କ୍ରିକେଟରେ ଭାରତକୁ ସ୍ୱର୍ଣ୍ଣ
53
VIEWS
Share on FacebookShare on Twitter

ଦିଲ୍ଲୀ (ବାଘୁଆବାର୍ତ୍ତା): ଚାଇନାରେ ଚାଲିଥିବା ୧୯ତମ ଏସିଆ ଗେମ୍ସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ। ଶୁଟିଂ ପରେ ଭାରତୀୟ ମହିଳା କ୍ରିକେଟ ଟିମ ଐତିହାସିକ ସ୍ୱର୍ଣ୍ଣ ଜିତିଛି। ଏସିଆ ଗେମ୍ସରେ କ୍ରିକେଟକୁ ସାମିଲ କରାଯାଇଥିବା ବେଳେ ଭାରତୀୟ ଟିମ ସ୍ୱର୍ଣ୍ଣ ଜିତିବାକୁ ସକ୍ଷମ ହୋଇଛି। ଏସିଆନ ଗେମ୍ସ କ୍ରିକେଟରେ ଏହା ଭାରତର ପ୍ରଥମ ସ୍ୱର୍ଣ୍ଣ। ଭାରତୀୟ ମହିଳା କ୍ରିକେଟ ଟିମ ପ୍ରଥମଥର ପାଇଁ ଏସିଆ ଗେମ୍ସରେ ଭାଗ ନେଇଥିବା ବେଳେ ସ୍ୱର୍ଣ୍ଣ ଜିତି ନୂଆ ରେକର୍ଡ କରିଛି। ଗତବର୍ଷ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ ମହିଳା ଦଳ ଫାଇନାଲରେ ହାରିଥିଲା। ସେହିପରି ଚଳିତ ବର୍ଷ ଟି-୨୦ ବିଶ୍ୱକପ ସେମିଫାଇନାଲରେ ହାରି ଦଳ ବିଦାୟ ନେଇଥିଲା। କିନ୍ତୁ ଏସିଆ ଗେମ୍ସରେ ଦଳ ବିଜୟ ବାନା ଉଡ଼ାଇବାକୁ ସକ୍ଷମ ହୋଇଛି। ଆଜିର ଗୋଲ୍ଡ ମେଡାଲ ମୁକାବିଲାରେ ହରମନପ୍ରୀତ କୌରଙ୍କ ଭାରତୀୟ ଟିମ ଶ୍ରୀଲଙ୍କାକୁ ୧୯ ରନରେ ହରାଇ ଦେଇଛି। ପ୍ରଥମେ ବ୍ୟାଟିଂ ଭାରତୀୟ ମହିଳା ଦଳ ସ୍ମୃତି ମନ୍ଧାନାଙ୍କ ୪୬ ଓ ଜେମିମା ରୋଡ୍ରିଗସଙ୍କ ୪୨ ରନ ବଳରେ ୭ ୱିକେଟ ହରାଇ ୧୧୬ ରନ କରିଥିଲା। ଏହାର ଜବାବରେ ଶ୍ରୀଲଙ୍କା ନିର୍ଦ୍ଧାରିତ ୨୦ ଓଭର୍‌ରେ ୮ ୱିକେଟ ହରାଇ କେବଳ ୯୭ ରନ କରିବାକୁ ହିଁ ସକ୍ଷମ ହୋଇଛି। ଭାରତ ପକ୍ଷରୁ ତିତାସ ସାନ୍ଧୁ ସର୍ବାଧିକ ୩ଟି ୱିକେଟ ନେଇଥିବା ବେଳେ ରାଜେଶ୍ୱରରେ ଗାଏକ୍ୱାଡ ୨, ଦୀପ୍ତି ଶର୍ମା, ପୂଜା ବସ୍ତ୍ରକର ଓ ଦେବିକା ବୈଦ୍ୟ ଗୋଟିଏ ଲେଖାଏ ସଫଳତା ପାଇଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!