Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାକିରିରୁ ବିଦା ହେଲା ଗୋପାଳ ଦାସ

by ସଞ୍ଜୟ ସ୍ୱାଇଁ
January 30, 2023
in Crime, State
ଏଏସଆଇ ଗୋପାଳକୃଷ୍ଣ ଦାସ ଗିରଫ
911
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଚାକିରିରୁ ବିଦା ହେଲା ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସ। ଝାରସୁଗୁଡ଼ା ଏସ୍‌ପି ଗୋପାଳଙ୍କୁ ଚାକିରିରି ବରଖାସ୍ତ କରିଛନ୍ତି। ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଅଟନ୍ତି। ଗତକାଲିଠାରୁ ଅଟକ ଥିବା ଗୋପାଳ ଦାସଙ୍କୁ ଆଜି ଗିରଫ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ସୂଚନା ଦେଇଛି। ସେପଟେ ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ କିପରି କୋର୍ଟରେ ହାଜର କରାଯିବ ସେ ନେଇ ପୋଲିସର ଚିନ୍ତା ବଢିଛି । ପ୍ରତ୍ୟେକ୍ଷ କିମ୍ବା ପରୋକ୍ଷ ଭାବେ ହାଜର କରାଯିବ, ସେ ନେଇ ଏକ ବେଠକ କରିଛି ପୋଲିସ । ଉଭୟ ପୋଲିସ ଏବଂ କ୍ରାଇମବ୍ରାଞ୍ଚର ଉଚ୍ଚସ୍ତରୀୟ ଅଧିକାରୀ ଏହି ବୈଠକରେ ଉପସ୍ଥିତ ଥିଲେ । ଗୋପାଳକୁ ସିଧାସଳଖ କୋର୍ଟରେ ହାଜର କରିବା ବିପଦପୁର୍ଣ୍ଣ ହୋଇପାରେ । ତେଣୁ ତାକୁଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର କରିବାୁ ଏହି ବୈଠକରେ ନିଷ୍ପତି ହୋଇଛି । ସୂଚନା ମୁତାବକ ଗୋପାଳକୁ ୭ ଦିନ ରିମାଣ୍ଡରରେ ନେବା ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିବ । ରବିବାର ମନ୍ତ୍ରୀ ନବ ଦାସଙ୍କୁ ନିଜ ସର୍ଭିସ ବନ୍ଧୁକରୁ ଗୁଳି ମାରି ହତ୍ୟା କରିଥିବା ଗୋପାଳ ଦାସଙ୍କୁ ପୁଲିସ ଗତକାଲିଠୁ ଗିରଫ କରି କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଛି । ବ୍ରଜରାଜନଗର ଥାନା ଅନ୍ତର୍ଗତ ଗାନ୍ଧି ଛକ ଫାଣ୍ଡି ଅଫିସର ଭାବେ ଗୋପାଳ କାର‌୍ୟ୍ୟ କରୁଥିଲେ ଓ ଗତକାଲି ମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ (ଟ୍ରାଫିକ ମ୍ୟାନେଜମେଂଟ)ରେ ରହିଥିଲେ । ଗୋପାଳଙ୍କୁ କ୍ରାଇମବ୍ରାଞ୍ଚ ଏବେ ସୁନ୍ଦରଗଡ଼ ରିଜର୍ଭ ପୁଲିସ ବାରାକରେ ରଖି ଜେରା କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!