Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୋରି କରିବାକୁ ପଶିଥିଲେ, ବିରୋଧ କରିବାରୁ ଅଙ୍ଗନବାଡି ଦିଦିଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
February 16, 2025
in Crime, State
ଚୋରି କରିବାକୁ ପଶିଥିଲେ, ବିରୋଧ କରିବାରୁ ଅଙ୍ଗନବାଡି ଦିଦିଙ୍କୁ ମରଣାନ୍ତକ ଆକ୍ରମଣ
31
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଘରେ ପଶି ଆକ୍ରମଣ । ଅଙ୍ଗନବାଡି ଦିଦିଙ୍କ ଘରେ ପଶି ଚୋରି କରିବାକୁ ଉଦ୍ୟମ ବେଳେ ବିରୋଧ କରିବାରୁ ମରଣାନ୍ତକ ଆକ୍ରମଣ କଲେ । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି । ବାଲେଶ୍ଵର ଜିଲ୍ଲାବରି ଗାଁର ଘଟିଛି ଏହି ଘଟଣା । ଖବର ଅନୁଯାୟୀ, ଜିଲ୍ଲାବରି ଗାଁର ଅଙ୍ଗନବାଡ଼ି ଦିଦି ସୁକାନ୍ତି ସାହୁ ବରି ମାର୍କୋଣା ରାସ୍ତା ପାଖରେ ଘର କରି ଦୀର୍ଘ ଦିନ ହେଲା ରହି ଆସୁଥିଲେ । ଘର ସାମ୍ନାରେ ତାଙ୍କ ସ୍ୱାମୀ କୈଳାସ ସାହୁ ଦୋକାନ ଦେଇଛନ୍ତି l ଶନିବାର ବିଳମ୍ବିତ ରାତିରେ ସୁକାନ୍ତିଙ୍କ ସ୍ୱାମୀ କୈଳାଶ ଘରେ ନଥିବା ସୁଯୋଗ ନେଇ ଦୁର୍ବୁତ୍ତ ମାନେ ତାଙ୍କ ଘରେ ପଶିଥିଲେ । ସୁକାନ୍ତି ବିରୋଧ କରିବାରୁ ତାଙ୍କ ମୁଣ୍ଡକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ସୁକାନ୍ତି ସାହୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚେତା ଶୂନ୍ୟ ହୋଇ ଘର ଭିତରେ ପଡ଼ିରହିଥିବା ବେଳେ ତାଙ୍କ ସ୍ୱାମୀ ଖବର ପାଇ ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ l ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସିମୁଳିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!