Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁଳପତିମାନଙ୍କୁ କୁଳାଧିପତିଙ୍କ ପରାମର୍ଶ

by ସଞ୍ଜୟ ସ୍ୱାଇଁ
April 22, 2021
in Feature News
କୁଳପତିମାନଙ୍କୁ କୁଳାଧିପତିଙ୍କ ପରାମର୍ଶ
91
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବୈଶ୍ୱିକ ମହାମାରୀ କରୋନା ବିରୋଧରେ ଲଢ଼େଇରେ ବିଶ୍ୱବିଦ୍ୟାଳୟର ପ୍ରମୁଖ ଭୂମିକା ରହିଛି । ବ୍ୟାପକ ଜନ ସଚେତନତା ସୃଷ୍ଟି ସହିତ ସ୍ଥାନୀୟ ପ୍ରଶାସନର ସହଭାଗିତାରେ ବିଶ୍ୱବିଦ୍ୟାଳୟରେ ଉପଲବ୍ଧ ଭିତ୍ତିଭୂମିର ସଦୁପଯୋଗ ପାଇଁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ପରାମର୍ଶ ଦେଇଛନ୍ତି । ଆଜି ରାଜ୍ୟପାଳ ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତିମାନଙ୍କ ସହ ଭାରଚୁଆଲ ମୋଡ଼୍ରେ ସ୍ଥିତିର ସମୀକ୍ଷା କରିବା ସହିତ କରୋନା ବିରୋଧି ଲଢ଼େଇରେ ପ୍ରଭାବଶାଳୀ କ୍ରିୟାଶୀଳ ଭୂମିକା ଗ୍ରହଣ କରିବାକୁ କହିଛନ୍ତି । ହୋର୍ଡ଼ିଂ, ପ୍ରଚାରପତ୍ର ମାଧ୍ୟମରେ ସ୍ଥାନୀୟ ଅଂଚଳରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦେଇଛନ୍ତି । ସାଂପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି କୌଣସି ନୂତନ ନିର୍ମାଣ ନକରିବାକୁ ଓ ଆର୍ଥିକ ମିତବ୍ୟୟତାକୁ ଗୁରୁତ୍ୱ ଦେବାକୁ ରାଜ୍ୟପାଳ ପରାମର୍ଶ ଦେବା ସହ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ସମସ୍ୟାଗୁଡ଼ିକର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଠିକ୍ ସମୟରେ ସାର୍ଟିଫିକେଟ୍ ପ୍ରଦାନ, ଗବେଷଣାକୁ ପ୍ରୋତ୍ସାହନ ଓ ସ୍କଲାରମାନଙ୍କୁ ଗାଇଡ଼ ଆବଂଟନ, ପେନ୍ସନ ମାମଲାର ତ୍ୱରିତ ସମାଧାନ ଓ ଡ଼ିଜିଟାଲ ମାଧ୍ୟମରେ କାର୍ଯ୍ୟ ସଂପାଦନ ପାଇଁ ରାଜ୍ୟପାଳ କହିବା ସହ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପୂରଣ ନିମନ୍ତେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ସହ ଯୋଗାଯୋଗ କରିବାକୁ ପରାମର୍ଶ ଦେଇଛନ୍ତି । ବିଶ୍ୱବିଦ୍ୟାଳୟରେ ଥିବା ବିଭିନ୍ନ ମାମଲାର ଫଏସଲା, ବିଶେଷ କରି ପେନ୍ସନ କେସ୍ଗୁଡ଼ିକର ତ୍ୱରିତ ଫଏସଲା ଉପରେ ରାଜ୍ୟପାଳ ଗୁରୁତ୍ୱ ଆରୋପ କରିଛନ୍ତି । ବିଶ୍ୱବିଦ୍ୟାଳୟର କୁଳପତିମାନେ ଆଲୋଚନାରେ ଅଂଶଗ୍ରହଣ କରି ସାଂପ୍ରତିକ ସ୍ଥିତି ଓ ସମସ୍ୟା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ଉଚ୍ଚ ଶିକ୍ଷା ସଚିବ ଶାଶ୍ୱତ ମିଶ୍ର, ରାଜ୍ୟପାଳଙ୍କ ସଚିବ ପ୍ରମୋଦ କୁମାର ମେହେର୍ଦା, ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ, ଅତିରିକ୍ତ ସଚିବ ଚିତ୍ତରଂଜନ ମହାନ୍ତି ପ୍ରମୁଖ ଆଲୋଚନାରେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!