ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି । ଆଜିର ଏହି ଜନ ଶୁଣାଣୀ ଶିବିରରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଏସ.ଶୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଦେବଦତ ପଣ୍ଡା, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ବନ ଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ, ତହସିଲଦାର ରାଜେଶ କେଶରୀ ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଆଜି ମୋଟ ୧୨୯ ଗୋଟି ମାମଲା ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ୧୧୨ ଗୋଟି ମାମଲା ରହିଥିବା ବେଳେ ଗ୍ରାମ୍ୟ ବିବାଦ ୭ ଗୋଟି ରହିଥିଲା । ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ୧୦ ଗୋଟି ମାମଲା ରହିଥିଲା । ତୁରନ୍ତ ୧୬ ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।






