Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରାଥମିକ ସ୍କୁଲ ଖୋଲିବ। ନେଇ ଗାଇଡ୍‌ଲାଇନ୍‌ ଜାରି କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ

by ସଞ୍ଜୟ ସ୍ୱାଇଁ
December 28, 2021
in Education, State
ପ୍ରାଥମିକ ସ୍କୁଲ ଖୋଲିବ। ନେଇ ଗାଇଡ୍‌ଲାଇନ୍‌ ଜାରି କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ
293
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜାନୁଆରୀ ୩ ତାରିଖରେ ପ୍ରାଥମିକ ସ୍କୁଲ ଖୋଲିବ। ଏଥିପାଇଁ ଗାଇଡ୍‌ଲାଇନ୍‌ ଜାରି କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ସ୍କୁଲ ଖୋଲିଲେ ମଧ୍ୟ ଅନ୍‌ଲାଇନ କ୍ଲାସ୍‌ ଚାଲୁ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ପିଲାମାନେ ଅନଲାଇନ କ୍ଲାସ କରିବାକୁ ଚାହିଁବେ, ସେମାନେ ତାହା କରିପାରିବେ। ଅଭିଭାବକଙ୍କ ସମ୍ମତି ଆଣି ପିଲାମାନେ ସ୍କୁଲ ଆସିପାରିବେ। ସ୍କୁଲ ଖୋଲିବା ପୂର୍ବରୁ ଶିକ୍ଷାଧିକାରୀମାନେ ପରିଦର୍ଶନ କରି ସ୍ପଚ୍ଛତା ପରଖିବେ। କଣ୍ଟେନମେଣ୍ଟ ଜୋନ ବାହାର ପିଲାଙ୍କୁ ସ୍କୁଲକୁ ଆସିବାକୁ ଅନୁମତି। ସ୍କୁଲରେ ହାତ ଧୋଇବାକୁ ବ୍ୟବସ୍ଥା ସହ ଡିଜିଟାଲ ଥର୍ମୋମିଟର ରଖାଯିବ। କୌଣସି ପିଲାଙ୍କୁ ସ୍କୁଲ ଆସିବାକୁ ବାଧ୍ୟ କରାଯିବନି। ନିଜ ଇଚ୍ଛାରେ ପିଲାମାନେ ସ୍କୁଲ ଆସିବେ ବୋଲି ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଛି। ଜାନୁଆରୀ ୩ ତାରିଖରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ୟ୍ୟନ୍ତ ଖୋଲିବ ସ୍କୁଲ। ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟାରୁ ପର୍ୟ୍ୟନ୍ତ ସ୍କୁଲ ଚାଲିବ। ମଧ୍ୟାହ୍ନ ଭୋଜନ ଯୋଜନା ଅନ୍ତର୍ଗତ ଶୁଖିଲା ରାସନ ଯୋଗାଣ କାର୍ୟ୍ୟକ୍ରମ ଅନ୍ୟ ଆଦେଶ ପ୍ରାପ୍ତ ପର୍ୟ୍ୟନ୍ତ ପୂର୍ବ ପରି ଜାରି ରହିବ। ତେବେ ଯେଉଁଠି ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ କ୍ଲାସ୍‌ ରହିଛି, ସେଠାରେ ସମ୍ମେଟିଭ୍‌ ପରୀକ୍ଷା ଚାଲୁଥିବାରୁ ଜାନୁଆରୀ ୧୦ ତାରିଖ ପରେ ସ୍କୁଲ ଖୋଲିବ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିତକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପାଖାପାଖି ଦେଢବର୍ଷ ବନ୍ଦ ରହିବା ପରେ ଗତ ନଭେମ୍ବର ୧୫ ତାରିଖରେ ଖୋଲିଥିଲା ଷଷ୍ଠ-ସପ୍ତମ ଶ୍ରେଣୀ। ଗଣଶିକ୍ଷା ବିଭାଗର ଏସଓପି ଅନୁଯାୟୀ ପିଲାଙ୍କ କ୍ଲାସରୁମ୍ ପାଠପଢା ଚାଲିଛି। ସକାଳ ୯ଟା ୩୦ ମିନିଟରୁ ଅପରାହ୍ଣ ଗୋଟାଏ ପର୍ୟ୍ୟନ୍ତ କ୍ଲାସ୍‌ ହେଉଛି। ତା’ପୂର୍ବରୁ ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ବି ଖୋଲିଥିଲା ଅଧିକାଂଶ ସ୍କୁଲରେ ପାଠପଢ଼ା ଠିକ୍‌ଠାକ୍‌ ଚାଲିଥିବା ବେଳେ କେତେକ ଆବାସିକ ସ୍କୁଲରେ କିନ୍ତୁ କୋଭିଡ୍‌ ସଂକ୍ରମଣ ମାମଲା ସାମ୍ନାକୁ ଆସିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!