Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ଗୁଲାବ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପକାଇନି

by ସଞ୍ଜୟ ସ୍ୱାଇଁ
September 27, 2021
in State
ବାତ୍ୟା ଗୁଲାବ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପକାଇନି
17
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ଉପରୁ ଟଳିଲା ବାତ୍ୟା ବିପଦ। ବାତ୍ୟା ଗୁଲାବ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପକାଇନି । ବାତ୍ୟା ପ୍ରଭାବରେ ଯଦିଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସହ ପବନ ହୋଇଛି ତେବେ ସେଥିରେ ବିଶେଷ କିଛି କ୍ଷୟକ୍ଷତି ହୋଇନି । ଏବେବି ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ବାତ୍ୟା ଗୁଲାବ ପ୍ରଭାବରେ ଗତକାଲି ଠାରୁ ବର୍ତ୍ତମାନ ପର୍ୟ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ୮୨ ମିଲି ମିଟର ବର୍ଷା ହୋଇଥିବା ସୂଚନା ମିଳିଛି । ଏବେବି ହାଲୁକାରୁ ମଧ୍ୟମ ଧରଣରର ବର୍ଷା ଲାଗି ରହିଛି। ଗଜପତି ଜିଲ୍ଲାରେ ମଧ୍ୟ ଝିପି ଝିପି ବର୍ଷା ଲାଗି ରହିଛି । ଗତ ରାତିରେ ଆନ୍ଧ୍ରପ୍ରଦେଶର କଳିଙ୍ଗପାଟ୍ଟନମ୍ ର ୨୦ କିମି ଉତ୍ତରକୁ ଓ ଓଡ଼ିଶାର ଗୋପାଳପୁରର ଦକ୍ଷିଣ ପଶ୍ଚିମରେ ୧୬୦ କିମି ଦୂର ମୁରିବୁଡାଠାରେ ବାତ୍ୟା ‘ଗୁଲାବ’ ଲ୍ୟାଣ୍ଡଫଲ କରିଛି। ସନ୍ଧ୍ୟା ୬ଟାରେ ଆରମ୍ଭ ହୋଇଥିବା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୭୪ କିମି ରହିଥିଲା। ସ୍ଥଳ ବିଶେଷରେ କଳିଙ୍ଗପଟ୍ଟନମ୍ ରେ ପବନର ବେଗ ସର୍ବାଧିକ ୯୪ କିମି ରେକର୍ଡ କରାଯାଇଛି। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ତେଲେଙ୍ଗାନାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଛତିଶଗଡ଼ର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ଆକଳନ କରାଯାଇଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!