Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶେଷରେ ଗିରଫ ହେଲେ ଗୁରୁଜୀ ବିବାଦୀୟ ମାନସ ଦାସ, ହତ୍ୟା ମାମଲା‌‌ରେ ଉଠାଇନେଲା ଖୋର୍ଦ୍ଧା ପୋଲିସ

by ସଞ୍ଜୟ ସ୍ୱାଇଁ
September 2, 2021
in Crime, State
ଶେଷରେ ଗିରଫ ହେଲେ ଗୁରୁଜୀ ବିବାଦୀୟ ମାନସ ଦାସ, ହତ୍ୟା ମାମଲା‌‌ରେ ଉଠାଇନେଲା ଖୋର୍ଦ୍ଧା ପୋଲିସ
131
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଶେଷରେ ଗିରଫ ହେଲେ ଗୁରୁଜୀ ବିବାଦୀୟ ମାନସ ଦାସ ! ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କୁ ଗିରଫ କରିଛି ପୋଲିସ । ହତ୍ୟା ଉଦ୍ୟମ ଓ ଅତ୍ୟାଚାର ଅଭିଯୋଗ ମାମଲାରେ ପୋଲିସ ବାନ୍ଧିଥିବା ସୂଚନା ମିଳିଛି । ଭୁବନେଶ୍ବର ସ୍ଥିତ ସହିଦନଗରରୁ ମାନସ ଦାସଙ୍କୁ ଖୋର୍ଦ୍ଧା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କ ବିରୁଦ୍ଧରେ ଏକାଧିକ ମାମଲା ରହିଛି । ତାଙ୍କୁ ଗିରଫ କରିବା ନେଇ ବିଭିନ୍ନ ମହଲରୁ ଦାବି ହୋଇଆସୁଥିବା ବେଳେ ଆଜି ଖୋର୍ଦ୍ଧା ପୋଲିସ ତାଙ୍କୁ ଉଠାଇ ନେଇଛି । ଅମାନବୀୟ ଭାବେ ତାଲିବାନୀ ଶାସନ କରୁଥିଲା ମାନବବାଦ ସଙ୍ଗଠନ । ଚରମ ସୀମାରେ ପହଞ୍ଚିଥିଲା ହିଂସ୍ରତା । ସଙ୍ଗଠନରେ ସାମିଲ ନହେବାରୁ ମାନବିକତାର ସବୁ ସୀମା ଟପିଯାଇଥିଲେ ମାନବବାଦ ସଙ୍ଗଠନର କର୍ମକର୍ତ୍ତା । ବାପ-ପୁଅଙ୍କୁ ଗୋରୁ ଗାଈଙ୍କ ଭଳି ପିଟିଥିଲେ । ଯାହାର ଭିଡ଼ିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହୋଇଥିଲା । ଭୟରେ ମାଡ ଖାଇଥିବା ବାପ-ପୁଅ ଥାନାରେ ଅଭିଯୋଗ କରିନଥିଲେ ସୁଦ୍ଧା ପରେ ଉକ୍ତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯାହା ପରେ ଚର୍ଚ୍ଚାକୁ ଆସିଥିଲେ ବିବାଦୀୟ ଗୁରୁଜୀ ମାନସ ଦାସ । ତେବେ ପୋଲିସ ଭାଇରାଲ୍ ଭିଡ଼ିଓ ଘଟଣାର ତଦନ୍ତ କରିବା ସହିତ ଗୁରୁବାର ମାନସଙ୍କୁ ଉଠାଇ ନେଇଛି । ଗତ ୨ ତାରିଖ ରାତିରେ ମାନବବାଦ ସଂଗଠନ ଅଭିମାନପୁର ଗ୍ରାମର ସତ୍ୟବ୍ରତ ନାୟକଙ୍କୁ ହତ୍ୟା କରି ପୋଡ଼ିଦେଇଥିଲେ । ଏହି ଘଟଣାରେ ସମ୍ପୃକ୍ତ ୬ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । କିନ୍ତୁ ସତ୍ୟବ୍ରତଙ୍କ ହତ୍ୟା ଘଟଣା ପୂର୍ବରୁ କଡବ ଗ୍ରାମର ମାଗୁଣୀ ନାୟକ ଏବଂ ତାଙ୍କ ପୁଅଙ୍କୁ ମାନବବାଦ ସଙ୍ଗଠନର କର୍ମକର୍ତ୍ତା ଘରୁ ଡାକିନେଇ କରଡ଼ଗାଡ଼ିଆ କୋଠଘରେ ନିର୍ଧୁମ ମାଡ଼ ମାରିଥିବାର ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ସଂଗଠନ କର୍ମକର୍ତ୍ତାଙ୍କ ଭୟରେ ମାଗୁଣୀ ଏବଂ ତାଙ୍କ ପୁଅ ଥାନାରେ ଅଭିଯୋଗ କରିନଥିବା ଜଣାପଡିଛି । ସେପଟେ ଘଟଣା ପଛରେ ମାନବବାଦ ସଂଗଠନର ମୁଖ୍ୟ ଓକିଲ ମାନସ ଦାସ ରହିଥିବ ମାଡଖାଇଥିବା ବ୍ୟକ୍ତି ମାଗୁଣୀ ନାୟକ କହିଥିଲେ । ଏହି ଘଟଣା ସହ ବହୁ ଅପରାଧିକ ମାମଲାରେ ପୋଲିସ ମାନସ ଦାସଙ୍କୁ ଉଠାଇ ନେଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!