ଦିଲ୍ଲୀ, (ବାଘୁଆବାର୍ତ୍ତା) : କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଯୁବ ନେତା ହାର୍ଦ୍ଦିକ ପଟେଲଙ୍କୁ ଗୁଜୁରାଟ କଂଗ୍ରେସ କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ନିଯୁକ୍ତ ଦେଇଛନ୍ତି । ପଟିଦାର ଆନ୍ଦୋଳନରୁ ଚର୍ଚ୍ଚାକୁ ଆସିଥିବା ଏହି ନେତାଙ୍କୁ ଗୁଜୁରାଟ କଂଗ୍ରେସ କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ଦିଆଯିବା ନେଇ ବରିଷ୍ଠ କଂଗ୍ରେସ ନେତା କେସି ବେଣୁଗୋପାଳ ସୂଚନା ଦେଇଛନ୍ତି । ତାଙ୍କୁ ଦିଆଯାଇଥିବା ଦାୟିତ୍ୱକୁ ସେ ସୂଚାରୁ ଭାବେ ତୁଲାଇବେ ବୋଲି ଏକ ଗଣମାଧ୍ୟମକୁ ପଟେଲ କହିଛନ୍ତି ।