Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ

by ସଞ୍ଜୟ ସ୍ୱାଇଁ
February 24, 2021
in Feature News
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ

????????????????????????????????????

86
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଭୁବନେଶ୍ୱରରର ୟୁନିଟ୍‌-୩ ସ୍ଥିତ ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଛନ୍ତି । ଓଡ଼ିଶାର କଳାକୃତିର ନିଜସ୍ୱ ସ୍ୱତନ୍ତ୍ର ପରିଚୟ ରହିଛି । ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ଟି ହସ୍ତଶିଳ୍ପକୁ ଆଧାର କରି ୧,୩୦,୦୦୦ରୁ ଊର୍ଦ୍ଧ୍ୱ କାରିଗରମାନେ ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି । ହସ୍ତଶିଳ୍ପ କଳାକୃତି ପାଇଁ ଆମ ରାଜ୍ୟ ଓଡ଼ିଶା ବହୁସଂଖ୍ୟାରେ ଜାତୀୟ ସ୍ତରୀୟ ପୁରସ୍କାର ପ୍ରାପ୍ତ ହେବାର ଗୌରବ ଅର୍ଜନ କରିଛି । ଅଦ୍ୟାବଧି ୧୬୮ ଜଣ ହସ୍ତଶିଳ୍ପୀ ଜାତୀୟ ପୁରସ୍କାରପ୍ରାପ୍ତ ହୋଇଛନ୍ତି ଏବଂ ତନ୍ମଧ୍ୟରୁ ୫ ଜଣ ପଦ୍ମ ପୁରସ୍କାର, ୧୧ ଜଣ ଶିଳ୍ପଗୁରୁ ଭାବେ ସମ୍ମାନିତ ହୋଇଛନ୍ତି । ଏତଦ୍‌ବ୍ୟତୀତ ୨୯୩ ଜଣ ହସ୍ତଶିଳ୍ପୀ ରାଜ୍ୟସ୍ତରୀୟ ପୁରସ୍କାର ଗ୍ରହଣ କରିଛନ୍ତି । ଓଡ଼ିଶା ସରକାର ହସ୍ତତନ୍ତ, ବୟନ ଶିଳ୍ପ ଏବଂ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ହସ୍ତଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରୋତ୍ସାହନମାନ ପ୍ରଦାନ କରୁଛନ୍ତି । ବଜାର ସହାୟତା ପାଇଁ ପ୍ରଦର୍ଶନୀମାନ ଆୟୋଜନ କରାଯାଉଛି । କାରିଗର, ସ୍ୱୟଂ ସହାୟକ ଗୋଷ୍ଠୀ, ଶୀର୍ଷ ଅନୁଷ୍ଠାନ ଏବଂ ସମବାୟ ସମିତିମାନଙ୍କୁ ଦକ୍ଷତା ବୃଦ୍ଧି, କାରିଗରୀ କୌଶଳ ବୃଦ୍ଧି ତାଲିମ, ଉନ୍ନତ ମାନର ଯନ୍ତ୍ରପାତି, ବ୍ୟାଙ୍କ ଋଣ ସହାୟତା, ଭିତ୍ତିଭୂମି ବିକାଶ, ନମୂନା ବିକାଶ, ପ୍ରଦର୍ଶନୀ ମାଧ୍ୟମରେ ବଜାର ସହାୟତା ଇତ୍ୟାଦି ଯୋଗାଇ ଦିଆଯାଉଛି । ଏତଦ୍‌ବ୍ୟତୀତ ହସ୍ତଶିଳ୍ପ ସାମଗ୍ରୀ ପାଇଁ ଅନ୍‌ଲାଇନ୍‌ ମାର୍କେଟିଂର ବ୍ୟବସ୍ଥା କରାଯାଉଛି । ଉତ୍ପାଦିତ ସାମଗ୍ରୀଗୁଡ଼ିକର ବିକି୍ରବଟାର ସହାୟତା ନିମନ୍ତେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଚଳିତ ବର୍ଷ ଏହି ରାଜ୍ୟସ୍ତରୀୟ ପ୍ରଦର୍ଶନୀ ଆୟୋଜନ କରାଯାଉଛି । ଏହି ଅବସରରେ ୧୧୧ଟି ଷ୍ଟଲ୍‌ ନିର୍ମାଣ କରାଯାଇ କାରିଗରମାନଙ୍କୁ ବିନା ଦେୟରେ ପ୍ରଦାନ କରାଯାଉଛି । ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ନବରଙ୍ଗପୁର, ସମ୍ବଲପୁର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଭଦ୍ରକ । ଏହି ପ୍ରଦର୍ଶନୀ ମାଧ୍ୟମରେ ପ୍ରାୟ ୮୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହସ୍ତଶିଳ୍ପ ସାମଗ୍ରୀ ବିକି୍ର ହେବାର ଆକଳନ କରାଯାଇଛି । ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ଅତିରିକ୍ତ ଶାସନ ସଚିବ ଶ୍ରୀ କୈଳାଶ ଚନ୍ଦ୍ର ସାହୁ, ହସ୍ତଶିଳ୍ପ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସନାତନ ନାୟକ, ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ଏସ୍‌.ଆର୍‌. ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଏହି ପ୍ରଦର୍ଶନୀ ଦିନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲାରହିବ । ଏହି ପ୍ରଦର୍ଶନୀ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!