Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୂଷିତ ପାଣି ପିଇ ୨୫ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଝାଡା ବାନ୍ତିରେ ଆକ୍ରାନ୍ତ, ୨ ଜଣଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 8, 2021
in Health, State
ଦୂଷିତ ପାଣି ପିଇ ୨୫ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଝାଡା ବାନ୍ତିରେ ଆକ୍ରାନ୍ତ, ୨ ଜଣଙ୍କ ମୃତ୍ୟୁ
53
VIEWS
Share on FacebookShare on Twitter

ବୋରିଗୁମ୍ମା, (ବାଘୁଆବାର୍ତ୍ତା): ଦୂଷିତ ପାଣି ନେଲା ଜୀବନ। ଦୂଷିତ ପାଣି ପିଇ ୨୫ରୁ ଉଦ୍ଧ୍ୱର୍ ଗ୍ରାମବାସୀ ଝାଡା ବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨ଜଣଙ୍କ ଜୀବନ ଯାଈଛି।ଏମିତି ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଳକ ଅନ୍ତର୍ଗତ ଶଶାହାଣ୍ଡି ପଞ୍ଚାୟତର ବାମୁଣିଆଗୁଡା ଗାଁରେ ଘଟିଛି।ଖବର ପାଇବା ପରେ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗର ଗୋଟିଏ ଟିମ୍ ସହ ମନ୍ତ୍ରୀ ପଦ୍ମିନୀ ଦିଆନ ଗାଁରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।ଗାଁରେ ବ୍ଳିଚିଂ ପାଉଡର ପକାଯିବା ସହ ଆକ୍ରାନ୍ତଙ୍କୁ ବୋରିଗୁମ୍ମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କେଉଁ କାରଣରୁ ୨ ଜଣଙ୍କ ମୃତ୍ୟୁ ଘଟିଲା ତାହାର ତଦନ୍ତ କରାଯିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି। ସେପଟେ ଗାଁରେ ଲୋକଙ୍କୁ ଔଷଧ ବଣ୍ଟାଯିବା ସହ ରକ୍ତ ନମୁନା ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସଂଗ୍ରହ କରାଯାଇଛି। ଏହି ଗାଁରେ ୧୦୦ରୁ ଉର୍ଦ୍ଧ୍ବ ପରିବାର ବସବାସ କରୁଥିଲେ ବି ଆବଶ୍ୟକ ବିଶୁଦ୍ଧ ପାଣି ବ୍ୟବସ୍ଥା ନାହିଁ।ତେଣୁ ଗାଁର ଲୋକମାନେ ପରିତ୍ୟକ୍ତ ଅବସ୍ଥାରେ ଥିବା ଦୂଷିତ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ଗତ ମାସ ୨୦ ତାରିଖ ଠାରୁ ଏହି ଝାଡା ବାନ୍ତି ଗାଁରେ ଆରମ୍ଭ ହୋଇଥିବା କହିଛନ୍ତି ଗାଁ ଲୋକେ।ସେପଟେ ସ୍ଥିତି ନିୟନ୍ତ୍ରଣାଧିନ ଥିବା ଜିଲ୍ଲା ପ୍ରଶାସନ ତରଫରୁ କୁହାଯାଇଛି।କେବଳ ଏହି ବାମୁଣିଆଗୁଡା ନୁ‌ହେଁ କୋରାପୁଟ ଜିଲ୍ଲାର ଅନେକ ଗାଁର ଲୋକ ଏପରି ଦୂଷିତ ପାଣି ପିଇ ଝାଡା ବାନ୍ତିରେ ଆକ୍ରାନ୍ତ ହେଉଛନ୍ତି।ତେଣୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ଗ୍ରାମବାସୀଙ୍କ ତରଫରୁ ଦାବି ହେଉଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!