ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା ମହାମାରୀ ସମୟରେ ଲୋକଙ୍କ ସହ ଯୋଡ଼ି ହୋଇଛି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ । କରୋନା ପରିଚାଳନାରେ ଜିଲ୍ଲା ପ୍ରଶାସନକୁ ସହଯୋଗ କରିବାକୁ ପରିଷଦ ଅଣ୍ଟା ଭିଡ଼ିଛି । ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରି ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ପରିଷଦ ଜିଲ୍ଲାଗୁଡ଼ିକୁ ୨୫ କୋଟିର ସହାୟତା ଯୋଗାଇ ଦେଇଛି । ଏ ଅର୍ଥରେ ଭିତ୍ତିଭୂମି ପ୍ରସ୍ତୁତ କରାଯାଇଛି । ଏହାର ଶୁକ୍ରବାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ସୂଚନା ଦେଇଛନ୍ତି ପରିଷଦର ଅଧ୍ୟକ୍ଷ ଅସିତ କୁମାର ତ୍ରିପାଠୀ ।





