Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ଅକସିଜେନ ମହଜୁଦ ଅଛି, ଅନ୍ୟ ରାଜ୍ୟକୁ ଯୋଗାଣ କରାଯାଇଛି ଏହା ଆମପାଇଁ ଗର୍ବ ଓ ଗୌରବ: ନବୀନ

by ସଞ୍ଜୟ ସ୍ୱାଇଁ
May 17, 2021
in Health, State
ଚାଷୀ ଙ୍କ ଖାତାକୁ ଗଲା ୯୨୦ କୋଟି ଟଙ୍କା,ଚାଷୀର ତ୍ୟାଗ ର ମୂଲ୍ୟ କେହି ଦେଇ ପାରିବ ନାହିଁ – ନବୀନ
43
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି । କରୋନାର ଏହି ଦ୍ୱିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ ଆମର ଲଢେଇକୁ ଆହୁରି ମଜବୁତ କରିବା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ଏକ ମାସରୁ ଉଦ୍ଧ୍ୱର୍ ସମୟ ଧରି ଓଡିଶାରେ ସଂକ୍ରମଣ ବଢୁଛି । ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ପରିସ୍ଥିତିକୁ ମୋଟାମୋଟି ଭାବରେ ନିୟନ୍ତ୍ରଣରେ ରଖିବା ସହ ରୋଗୀକୁ ସେବା ଯୋଗାଇ ଦେବା ଦିଗରେ କାମ କରିଚାଲିଛୁ । ଆମ ପ୍ରଶାସନ ଓ ସ୍ୱାସ୍ଥ୍ୟକର୍ମୀ ମାନେ ଯେପରି ଦିନରାତି କାମ କରିଚାଲିଛନ୍ତି, ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ସେମାନଙ୍କର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦେଶର ଅନ୍ୟ ଭାଗର ଘଟଣା ଉପରେ ଓଡିଶା ତୀକ୍ଷଣ ନଜର ରଖିବା ସହ ସେମାନଙ୍କ ଅଭିଜ୍ଞତା ଭିତ୍ତିରେ ଆଗୁଆ ପଦକ୍ଷେପ ନେଉଛି । ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ସୁଦୃଢ଼ କରିବା ସହିତ ଆଇସିୟୁ-ଏଚଡିୟୁ ଶଯ୍ୟାରେ ବୃଦ୍ଧି କରାଯାଇଛି । ପ୍ରତି ଜିଲ୍ଲାରେ ଅକସିଜେନ ସଂଯୁକ୍ତ ଶଯ୍ୟାର ବ୍ୟବସ୍ଥା ମଧ୍ୟ କରାଯାଇଛି । ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ତ୍ରୁଟିଶୂନ୍ୟ ଅକସିଜେନ ଯୋଗାଣ ପାଇଁ ଅଧିକ ଅକସିଜେନ ସିଲିଣ୍ଡର, ରିଫିଲିଙ୍ଗ ଓ ପରିବହନ କାର୍ଯ୍ୟ ତଦାରଖ କରାଯାଉଛି । ମୁଖ୍ୟ ଡାକ୍ତରଖାନା ଗୁଡିକରେ ଅକସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ସହ ଅକସିଜେନ ସିଲିଣ୍ଡର ମଧ୍ୟ ଆମଦାନୀ କରାଯାଉଛି । ଜରୁରୀ ଔଷଧ ଓ ଅକସିଜେନ ଯୋଗାଣରେ ଯେପରି ଅସୁବିଧା ନ ହୁଏ, ସେଥିପ୍ରତି ଆମେ ସ୍ୱତନ୍ତ୍ର ଦୃଷ୍ଟି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଅନ୍ୟ ରାଜ୍ୟ କୁ ଅକସିଜେନ ଯୋଗାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ନିଜ ରାଜ୍ୟର ଚାହିଦା ପୂରଣ ସହିତ ଆଜି ଓଡିଶା ଅନ୍ୟ ରାଜ୍ୟକୁ ମଧ୍ୟ ଅକସିଜନେ ଯୋଗାଇ ବହୁ ମୂଲ୍ୟବାନ ଜୀବନ ରକ୍ଷା କରିପାରୁଛି । ଏହା ଓଡିଶା ପାଇଁ ନିଶ୍ଚିନ୍ତ ଭାବରେ ଗୌରବର କଥା । ରାଜ୍ୟରେ ଅକସିଜେନ ପରିଚାଳନା ବ୍ୟବସ୍ଥା ସୁଦୃଢ଼ କରିବା ଏବଂ ଏଥିପାଇଁ ଏକ ମାଷ୍ଟରପ୍ଳାନ ପ୍ରସ୍ତୁତ କରିବା ପାଇଁ ଏକ ଟାକସଫୋର୍ସ ଗଠନ ବିଷୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ଲଢ଼େଇର ସ୍ୱାସ୍ଥ୍ୟ କର୍ମୀ ଓ ଡାକ୍ତର ମାନଙ୍କ ସବୁଠାରୁ ଗୁରୁ ଦାୟିତ୍ୱ ଥିବାରୁ ଏ କ୍ଷେତ୍ରରେ ମାନବ ସମ୍ବଳ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି । ଏବଂ ୭୮୬ ଡାକ୍ତର ଓ ୫୧୭୩ ପାରାମେଡିକାଲ ଷ୍ଟାଫଙ୍କୁ ଇତି ମଧ୍ୟରେ ନିଯୁକ୍ତି ଦିଆଯାଇଛି । ଏହାସହିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦେବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!