Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ ଯାଏଁ ତାତିରୁ ନିସ୍ତାର ନାହିଁ

by ସଞ୍ଜୟ ସ୍ୱାଇଁ
May 13, 2025
in State
୧୬ ଯାଏଁ ତାତିରୁ ନିସ୍ତାର ନାହିଁ
37
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସମ୍ବଲପୁର ଟକଟକ୍ ହୋଇ ଫୁଟିଥିଲା । ତତଲା କଡ଼େଇରେ ଭାଜିଲା ଭଳି କଲବଲ କରିଥିଲା ତାତି । ଖାଲି ସମ୍ବଲପୁର ନୁହେଁ, ୧୬ ସହରରେ ଅସମ୍ଭାଳ ତାତି ଅନୁଭୂତ ହୋଇଥିଲା । ୪୦ ଡିଗ୍ରୀ ଡେଇଁ ଯାଇଥିଲା । ଆର୍ଦ୍ରତା ଅଧିକ ଥିବାରୁ ଭୁବନେଶ୍ୱରରେ ୬୦ ଡିଗ୍ରୀ ଭଳି ତାତି( ରିଅଲ ଫିଲ୍) ଅନୁଭୂତ ହୋଇଥିଲା । ୧୬ ତାରିଖ ଯାଏ ଏଭଳି ଅସମ୍ଭାଳ ତାତିରୁ ନିସ୍ତାର ମିଳିବା ଆଶା ନାହିଁ । ପାଣିପାଗ ବିଭାଗ ଏହା ସତର୍କ କରାଇ ଦେଇଛି । ସୋମବାର ରାତିରେ ଭଦ୍ରକ, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କେନ୍ଦୁଝରରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ବଜ୍ରପାତ ହୋଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି । ବୁଧବାର(୧୪ ତାରିଖ) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ଗରମ ଓ ଗୁଳୁଗୁଳି ହେବ । ୧୫ ଓ ୧୬ ତାରିଖ ଉପକୂଳ ଓଡ଼ିଶା ସମେତ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଗରମ ଓ ଗୁଳୁଗୁଳି ଆଶଙ୍କା ଅଛି । ୧୫ରୁ ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ସୋମବାର ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା । ଏଠାରେ ତାତି ୪୨.୯ ଡିଗ୍ରୀ ସେଲସିୟସ୍ ରହିଥିଲା । ହୀରାକୁଦରେ ୪୨.୪, ଝାରସୁଗୁଡ଼ା ଓ ବଲାଙ୍ଗୀରରେ ୪୨.୨, ବୌଦ୍ଧ ଓ ଟିଟିଲାଗଡ଼ରେ ୪୨, ଅନୁଗୁଳରେ ୪୧.୯, ଭବାନୀପାଟଣାରେ ୪୧.୬, ସୁନ୍ଦରଗଡ଼ ଓ ସୋନପୁରରେ ୪୧.୫, ପାରଳାଖେମୁଣ୍ଡି ଓ ବରଗଡ଼ରେ ୪୧.୨, ନୂଆପଡ଼ା ୪୧, ରାଉରକେଲା ଓ ସୋନପୁରରେ ୪୦.୬, ଭୁବନେଶ୍ୱରରେ ୪୦.୪, ଢେଙ୍କାନାଳରେ ୪୦.୩ ଓ କଟକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ୧୩ ତାରିଖରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗର ଛୁଇଁପାରେ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ୨୪ ଘଣ୍ଟାରେ ନିକୋବର ଦୀପର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କିଛି ସ୍ଥାନରେ ଭାରୀ ବର୍ଷା ହୋଇଛି । ଆଗକୁ ଏଠାରେ ବର୍ଷା ବଢ଼ିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ସାଗରର କିଛି ଅଞ୍ଚଳ ସହିତ ଆଣ୍ଡାମାନ ଓ ନିକୋବର ଦୀପର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ପରବର୍ତ୍ତୀ ୪ରୁ ୫ ଦିନରେ ଦକ୍ଷିଣ ଆରବସାଗରର କିଛି ଅଞ୍ଚଳ ଓ ସମ୍ପୂର୍ଣ୍ଣ ଆଣ୍ଡାମାନ ସାଗରକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ସେ ଆକଳନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!