Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାୟପୁର ଏୟାରପୋର୍ଟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ପାଇଲଟ ମୃତ

by ସଞ୍ଜୟ ସ୍ୱାଇଁ
May 13, 2022
in Accident, State
ରାୟପୁର ଏୟାରପୋର୍ଟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ପାଇଲଟ ମୃତ
155
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଛତିଶଗଡ଼ର ରାଜଧାନୀ ରାୟପୁର ଏୟାରପୋର୍ଟରେ ଏକ ହେଲିକପ୍ଟର ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ୨ ପାଇଲଟଙ୍କ ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ପାଇଲଟ ଥିବା ଜଣାପଡ଼ିଛି। ମୃତ ପାଇଲଟଜଣକ ଗୋପାଳକୃଷ୍ଣ ପଣ୍ଡା ଓ ତାଙ୍କ ଘର ସମ୍ବଲପୁର ଜିଲ୍ଲାର ବାହାମ ଗାଁରେ ବୋଲି ଜଣାପଡ଼ିଛି। ଗତ ରାତିରେ ଏହି ଖବର ପାଇ ଗୋପାଳକୃଷ୍ଣଙ୍କ ପରିବାର ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି। ସୂଚନା ଅନୁଯାୟୀ, ଗତକାଲି ରାୟପୁରସ୍ଥିତ ସ୍ୱାମୀ ବିବେକାନନ୍ଦ ଏୟାରପୋର୍ଟରେ ଏକ ହେଲିକପ୍ଟର ନିୟମିତ ଅଭ୍ୟାସ ଲାଗି ଉଡାଣ ଭରିଥିଲା । ତେବେ କିଛି ସମୟ ପରେ ତାହା ବିମାନ ବନ୍ଦରରେ ଅବତରଣ କରୁଥିବା ବେଳେ ରନୱେ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହେଲିକପ୍ଟରଟି କ୍ରାଶ ହୋଇଥିବା ଜଣାପଡ଼ିଛି । ଉକ୍ତ ସମୟରେ ହେଲିକପ୍ଟରରେ ୨ ପାଇଲଟ ଓଡ଼ିଶାର ଗୋପାଳକୃଷ୍ଣ ପଣ୍ଡା ଓ କ୍ୟାପଟେନ ଏପି ଶ୍ରୀବାସ୍ତବ ଥିବା ବେଳେ ସେମାନେ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ହସ୍ପିଟାଲ ନିଆଯାଉଥିବା ବେଳେ ବାଟରେ ମୃତ୍ୟୁ ଘଟିଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଟ୍ୱିଟ୍‌ କରି ମୃତ ଦୁଇ ପାଇଲଟଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୃତ ପାଇଲଟ ଗୋପାଳକୃଷ୍ଣ ପଣ୍ଡାଙ୍କ ଝିଅ କହିଛନ୍ତି, ଗତକାଲି ରାତି ପ୍ରାୟ ସାଢେ ୧୦ଟା ବେଳେ ଏହି ଖବର ପାଇବା ପରେ ପରିବାରରେ କାନ୍ଦ ବୋବାଳି ପଡ଼ି ଯାଇଥିଲା। ଏହାପରେ ରାତିରେ ହିଁ ପରିବାର ଲୋକେ ରାୟପୁର ଅଭିମୁଖେ ବାହାରି ଯାଇଛନ୍ତି । ଆଜି ପରିବାର ଲୋକଙ୍କୁ ମୃତଦେହକୁ ହସ୍ତାନ୍ତର କରାଯିବ । ହେଲେ ଶେଷକୃତ କେଉଁଠାରେ ସମ୍ପନ୍ନ ହେବ ସେ ନେଇ କିଛି ସ୍ଥିର ହୋଇ ନ ଥିବା ସେ କହିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!