Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା

by ସଞ୍ଜୟ ସ୍ୱାଇଁ
June 11, 2021
in State
ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ  ୨୫ କୋଟି ଟଙ୍କାର ସହାୟତା
100
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା। ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି । ଏହି ଅର୍ଥ ଦ୍ବାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡ, ଝାରସୁଗୁଡା, ବୌଦ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣା ଯାଇଛି। ଭେଣ୍ଟିଲେଟର, ଅକ୍‌ସିଜେନ୍‌ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରି କହିଛନ୍ତି ଯେ ସମସ୍ତଙ୍କ ମିଳିତ ଉଦ୍ୟମରେ ଆମେ ଖୁବ ଶୀଘ୍ର ଏ ସଂକଟରୁ ମୁକ୍ତ ହେବୁ । ପଶ୍ଚିମ ଓଡିଶାରେ କୋଭିଡ ସ୍ଥିତିରେ ଉନ୍ନତି ଆସିଥିବାରୁ, ମୁଖ୍ୟମନ୍ତ୍ରୀ ଏହାର ସବୁ ଶ୍ରେୟ ପଶ୍ଚିମ ଓଡିଶାର ଜନସାଧାରଣଙ୍କୁ ଦେଇଛନ୍ତି । ଆଗଧାଡିରେ ରହି କାମ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଅଙ୍ଗନବାଡୀ ଓ ଆଶାକର୍ମୀ ସମସ୍ତଙ୍କୁ ଶ୍ରେୟ ଦେଇ ସେମାନଙ୍କ ତ୍ୟାଗ ଓ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଆଗକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ଆଶାପ୍ରକାଶ କରିଛନ୍ତି। ପଶ୍ଚିମ ଓଡିଶା ବିକାଶ ପରିଷଦ, ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ମଜବୁତ କରିବାପାଇଁ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇ କହିଥିଲେ ଯେ ପଶ୍ଚିମ ଓଡିଶାର ବିକାଶ ପରିଷଦ ଯେପରି ଅଧିକ ବିକାଶ କାମ କାର୍ୟ୍ୟକାରୀ କରିପାରିବ, ସେଥିପାଇଁ ଅଧିକ ପାଣ୍ଠି ଦିଆଯାଉଛି। ବିକାଶ ପରିଷଦ ଏହାର ଦାୟିତ୍ବ ସଫଳ ଭାବରେ ନିର୍ବାହ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମୁକାବିଲା ପାଇଁ ରାଜ୍ୟ ସରକାର ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦେଉଛନ୍ତି । ଅକ୍‌ସିଜେନ ଯୋଗାଣରେ ଓଡିଶା ନୂଆ ପରିଚୟ ସୃଷ୍ଟି କରି ଅନେକ ମୂଲ୍ୟବାନ ଜୀବନ ବଞ୍ଚାଇପାରିଛି । ଏ ସଂକଟ ସମୟରେ ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ – ଏହା ଆମର ସିଦ୍ଧାନ୍ତ ବୋଲି ପ୍ରକାଶ କରି ପ୍ରତ୍ୟେକ ଲୋକ ଯେପରି ଉତ୍ତମ ଚିକିତ୍ସା ସେବା ପାଇପାରିବ, ସେଥିପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଏହି କାର୍ୟ୍ୟକ୍ରମରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ଗ୍ରାମ୍ୟ ଉନ୍ନୟମ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂହ, ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର, ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ ଏବଂ ସାଂସଦ ଓ ବିଧାୟକ ମାନେ ଯୋଗ ଦେଇଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!