Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା: ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ୍ ଫଣ୍ଡ କୁ ସହାୟତା

by ସଞ୍ଜୟ ସ୍ୱାଇଁ
April 15, 2020
in Nayagarh, State
କରୋନା: ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ୍ ଫଣ୍ଡ କୁ ସହାୟତା
54
VIEWS
Share on FacebookShare on Twitter

ନୟାଗଡ (ବାଘୁଆବାର୍ତା ବ୍ୟୁରୋ); ସାରା ରାଜ୍ୟରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ମୁକାବିଲା ପାଇଁ ନୟାଗଡ ଜିଲ୍ଲା ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡ କୁ ସହାୟତା ପ୍ରଦାନର ସୁଅ ଛୁଟିଛି । ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଆଜି ନୟାଗଡ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ ଓ ଉପଜିଲ୍ଲାପାଳ ଳଗ୍ନଜିତ ରାଉତ ଙ୍କୁ ବିଭିନ୍ନ ବ୍ୟକ୍ତି ବିଶେଷ ସହାୟତା ପ୍ରଦାନ କରିଛନ୍ତି । ନୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ କର୍ମରତ ସରକାରୀ କର୍ମଚାରୀ ମାନେ ଗୋଟିଏ ଦିନର ଦରମା ବାବଦକୁ ୮୦,୩୭୦ ଟଙ୍କା ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି । ମନୋଜ କୁମାର ନାୟକଙ୍କ ନେତୃତ୍ୱରେ ଏହି ଅର୍ଥ ରାଶି କୁ ପ୍ରଦାନ କରାଯାଇଛିା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, କ୍ରେଡିଟ୍ ସମବାୟ ସମିତି ପକ୍ଷରୁ କର୍ମଚାରୀ ମନେ ୨୫,୦୦୦ ଟଙ୍କାର ଚେକ ପ୍ରଦାନ କରିଛନ୍ତି । ସମିତିର ପ୍ରଶାସକ ଭାଷ୍କର ଚନ୍ଦ୍ର ପାଣିଗ୍ରାହୀ ଓ ସମ୍ପାଦକ ପୁରୁଷୋତମ ପ୍ରଧାନ ଉପସ୍ଥିତ ରହିଥିଲେ । ସେହିପରି ନୟାଗଡ ଏସ୍‌.ବି.ଆଇ ଜୀବନ ବୀମା ପକ୍ଷରୁ ସୂର୍ଯ୍ୟମଣି ସାହୁଙ୍କ ନେତୃତ୍ୱରେ ୫୦୦୦ ଟଙ୍କାର ଚେକ ପ୍ରଦାନ କରାଯାଇଛି । ନୟାଗଡ ଡିଜେ ସଂଘ ପକ୍ଷରୁ ୮୦୦୦ ଟଙ୍କା ର ଚେକ ପ୍ରଦାନ କରାଯାଇଛି । ସେହିପରି ରବିନ୍ଦ୍ର ସାହୁଙ୍କ ନେତୃତ୍ୱରେ ମେସିନେରି ଏବଂ ଟୁଲ୍ସ ଦୋକାନ ପକ୍ଷରୁ ୧୦,୦୦୦ ଟଙ୍କା ର ଚେକ ପ୍ରଦାନ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!