Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକଙ୍କ ପାଇଁ ହେଲ୍ପଲାଇନ୍ ଦାବି

by ସଞ୍ଜୟ ସ୍ୱାଇଁ
May 16, 2021
in Feature News, Nayagarh
ବରିଷ୍ଠ ନାଗରିକଙ୍କ ପାଇଁ ହେଲ୍ପଲାଇନ୍ ଦାବି
330
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଲକଡାଉନ୍ ଓ ସଟଡାଉନ୍ କଟକଣା ମଧ୍ୟରେ ସାଧାରଣରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ଏହାରି ମଧ୍ୟରେ କୋଭିଡ୍ କଟକଣା ମାନିବା ମଧ୍ୟ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡିଛି । ଯାନବାହାନ ଚଳାଚଳ ବନ୍ଦ ହୋଇଯିବା ଫଳରେ ଅନେକ ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ସେମାନେ ଚିକିତ୍ସା ନିମନ୍ତେ ଡାକ୍ତରଖାନାରେ ପହଞ୍ଚି ପାରୁନାହାନ୍ତି । ଏପରିକି ପରିବାର ଲୋକ ଡାକ୍ତରଖାନାରେ ପହଞ୍ଚାଇବାରେ ମଧ୍ୟ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ଏପରି ମଧ୍ୟ ଅନେକ ବରିଷ୍ଠ ନାଗରିକ ଏକାନ୍ତରେ ଜୀବନଯାପନ କରୁଛନ୍ତି । କେଉଁଠି ପରିଣତି ବୟସରେ ସ୍ୱାମୀ ସ୍ତ୍ରୀକୁ ହରାଇଛି ତ ସ୍ତ୍ରୀ ସ୍ୱାମୀକୁ ହରାଇ ଏକାକି ଦୁର୍ବିସହ ଜୀବନ ବିତାଉଛନ୍ତି । ଆର୍ଥିକ ପରିସ୍ଥିତି ଦୃଷ୍ଟିରୁ ପରିବାର ଲୋକ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପରିବର୍ତ୍ତେ ପରିବାର ଉପରେ ବୋଝ ଭାବି ଖରାପ ବ୍ୟବହାର ପ୍ରଦର୍ଶନ କରୁଛନ୍ତି । ଜିଲ୍ଲାର ବରିଷ୍ଠ ନାଗରିକମାନଙ୍କ ପାଇଁ ତୁରନ୍ତ ହେଲ୍ପଲାଇନ ଜାରୀ କରିବା ସଙ୍ଗେ ସଙ୍ଗେ ସ୍ୱତନ୍ତ୍ର ଅଟୋ ସେବା ଏବଂ ଜରୁରୀକାଳୀନ ସମୟରେ ଉକ୍ତ ଅଟୋ ସହ ଟେଲିଫୋନରେ ଯୋଗାଯୋଗ କରିବାର ସୁବିଧା ଯୋଗାଇ ଦେବା ପାଇଁ ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସଭାପତି ପ୍ରମୋଦ ପଟ୍ଟନାୟକ ଜିଲ୍ଲାପାଳ ଡ଼ ପୋମା ଟୁଡୁ ଓ ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟ୍ଟାରିଆଙ୍କ ନିକଟରେ ଦାବି ଜଣାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!