Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ନାତକୋତର, +୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟାର ପରୀକ୍ଷା ହେବ ନାହିଁ : ମନ୍ତ୍ରୀ

by Anil Panda
May 26, 2020
in Feature News
ସ୍ନାତକୋତର, +୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟାର ପରୀକ୍ଷା ହେବ ନାହିଁ  : ମନ୍ତ୍ରୀ
31
VIEWS
Share on FacebookShare on Twitter

ଭୂବନେଶ୍ୱର, (ବାଘୂଆବାର୍ତ୍ତା) : ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା +୩ ମହାବିଦ୍ୟାଳୟ ଏବଂ ସ୍ୱୟଂଶାସିତ ମହାବିଦ୍ୟାଳୟ +୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟାର ପରୀକ୍ଷା କରାଯିବ ନାହିଁ । ସେହିପରି ସ୍ନାତକୋତର ଶ୍ରେଣୀର ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ମଧ୍ୟ ହେବନାହିାଁ ବିଶ୍ୱବିଦ୍ୟାଳୟ ଗୁଡିକ ଦ୍ୱାରା ବିକଳ୍ପ ବ୍ୟବସ୍ଥା ମାଧ୍ୟମରେ ମୂଲ୍ୟାୟନ କରାଯାଇ ଛାତ୍ରଛାତ୍ରୀମାନଙ୍କୁ ପରବର୍ତି ସେମିଷ୍ଟାରକୁ ଉତିର୍ଣ୍ଣ କରାଯିବା ପାଇଁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହିତ ଭିଡିଓ କନ୍‌ଫେରେନ୍ସି ମାଧ୍ୟମରେ ଅନୁଷ୍ଠିତ ବୈଠକରେ ନିଷ୍ପତି ନିଆଯାଇଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ କହିଛନ୍ତି । ତେବେ ମେ ୬ ତାରିଖରେ ଅନୁଷ୍ଠିତ କୁଳପତିମାନଙ୍କ ବୈଠକରେ ନିଆଯାଇଥିବା ନିଷ୍ପତି ଅନୁଯାୟୀ +୩ର ୬ଷ୍ଠ ସେମିଷ୍ଟାର ଫାଇନାଲ୍ ପରୀକ୍ଷା ଏବଂ ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର ଫାଇନାଲ ପରୀକ୍ଷା ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଅନୁଷ୍ଠିତ ହେବ । ପୁର୍ବ ନିଷ୍ପତି ଅନୁଯାୟୀ +୩ର ୬ଷ୍ଠ ସେମିଷ୍ଟାର ଫାଇନାଲ ପରୀକ୍ଷା ଜୁନ୍ ୨୦ ତାରିଖ ପରେ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖ ସୁଦ୍ଧା ଶେଷ ହେବ ଏବଂ ପରୀକ୍ଷା ଫଳ ଅଗଷ୍ଟ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ । ସେହିପରି ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର (ଫାଇନାଲ୍‌) ପରୀକ୍ଷା ଅଗଷ୍ଟ ୨୦ ତାରିଖ ସୁଦ୍ଧା ଶେଷ କରାଯିବ ଏବଂ ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବା ଆଜି ଲୋକସେବା ଭବନ ଠାରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚ ଶିକ୍ଷାମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋଭିଡ-୧୯ ପରିସ୍ଥିତିରେ ବିଶ୍ୱବିଦ୍ୟାଳୟର ବିଭିନ୍ନ ପରୀକ୍ଷା ପରିଚାଳନା, ପରୀକ୍ଷା ଫଳ ପ୍ରକାଶନ, ଛାତ୍ରଛାତ୍ରୀମାନଙ୍କ ନାମଲେଖା ଓ ଶିକ୍ଷାଦାନ ସମ୍ପର୍କରେ ଆଲୋଚନା ହୋଇଥିଲା । ବୈଠକରେ ନିଷ୍ପତି ଅନୁଯାୟୀ ପ୍ରଥମଥର ପାଇଁ +୩ ଏବଂ ପି.ଜି. ପାଠ୍ୟସୂଚୀର ୨୫ ପ୍ରତିଶତ ପାଠ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱୟଂ-ଅଧ୍ୟୟନ ମାଧ୍ୟମରେ କରାଯିବ । ଅନଲାଇନ୍‌, ଅଫଲାଇନ୍ ଏବଂ ପାଠ୍ୟ ପୁସ୍ତକ ମାଧ୍ୟମରେ ଉନ୍ନତ ଷ୍ଟଡି ମାଟେରିଆଲ୍ ଛାତ୍ରଛାତ୍ରୀଙ୍କୁ ଯୋଗାଇ ଦିଆଯିବ । ଛାତ୍ରଛାତ୍ରୀମାନେ ଏଗୁଡିକନିଜେ ପଢିବେଏବଂ ଟ୍ୟୁଟୋରିଆଲ୍ କ୍ଲାସ୍‌ରେ ଅଧ୍ୟାପକମାନଙ୍କ ଠାରୁ ସେମାନଙ୍କର ବୁଝିନପାରୁଥିବା ପାଠ୍ୟ ସଂପର୍କର୍ରେ ପଚାରି ବୁଝିପାରିବେ । ଏହାଦ୍ୱାରା ଛାତ୍ରଛାତ୍ରୀମାନଙ୍କର ଜିଜ୍ଞାସା ବଢିବା ସହିତ ସମାଲୋଚନାତ୍ମକ ଚିନ୍ତାଶକ୍ତି, ଅନୁଶୀଳନ ଦକ୍ଷତା ଏବଂ ଆତ୍ମନିର୍ଭରଶୀଳତା ବୃଦ୍ଧି ପାଇବ । ଏହାଏକ ଯୁଗାନ୍ତକାରୀ ପଦକ୍ଷେପ ସାବ୍ୟସ୍ତ ହେବ ବୋଲି ମନ୍ତ୍ରୀ ଡ଼ଃ ସାହୁ କହିଛନ୍ତି । ବୈଠକରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେଶର ଅଶୋକ ଦାସ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ଖଲିକୋଟ ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ଲୋକସେବା ଭବନଠାରେ ଉପସ୍ଥିତ ଥିବାବେଳେ ଅନ୍ୟ ବିଶ୍ୱବିଦ୍ୟାଳୟର କୁଳପତିମାନେ ଭିଡିଓ କନ୍‌ଫେର୍‌ନ୍ସି ମାଧ୍ୟମରେ ଯୋଗ ଦେଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!