Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଚ୍ଚଶିକ୍ଷା ବିଭାଗ ଅଧିନକୁ ଯିବ ସବୁ ବିଏଡ କଲେଜ

by ସଞ୍ଜୟ ସ୍ୱାଇଁ
May 29, 2021
in Education, State
ଉଚ୍ଚଶିକ୍ଷା ବିଭାଗ ଅଧିନକୁ ଯିବ ସବୁ ବିଏଡ କଲେଜ
233
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜୁନ୍‌ ପହିଲାରୁ ରାଜ୍ୟରେ ଥିବା ସମସ୍ତ ବିଏଡ କଲେଜ ଗୁଡିକ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବ। ଏବେ ରାଜ୍ୟର କିଛି ବିଏଡ୍‌ କଲେଜ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଓ ଅନ୍ୟ କିଛି କଲେଜ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧୀନରେ ରହିଛି। ତେବେ ଭିନ୍ନ ଭିନ୍ନ ବିଭାଗ ଅଧୀନରେ ଥିବା ଏହି ସମସ୍ତ ବିଏଡ୍‌ କଲେଜ ଉଚ୍ଚଶିକ୍ଷା ବିଭାଗ ଅଧୀନକୁ ଆସିବା ପାଇଁ ଏକ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରାଯାଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଲୋକସେବା ଭବନରେ ଉଚ୍ଚଶିକ୍ଷା ବିଭାଗ କ୍ୟାମ୍ପସ-୧ରେ ନୂତନଭାବେ ଶିକ୍ଷକ ଶିକ୍ଷା ବିଭାଗ ପରିଚାଳନା ଲାଗି ସ୍ୱତନ୍ତ୍ର ସ୍ଥାନ ନିର୍ଦ୍ଧାରଣ କରାଯାଇଛି। ଏହି ନୂଆ ବିଭାଗର ପରିଚାଳନା ଲାଗି ଡ.ସ୍ନିଗ୍‌ଧା ମିଶ୍ରଙ୍କୁ ଉପ ନିର୍ଦ୍ଦେଶକ ଏବଂ ଡ ସାରଦା ମିଶ୍ରଙ୍କୁ ସହକାରୀ ନିର୍ଦ୍ଦେଶକ ଭାବେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତ କରାଯାଇଛି। ଏହି ଦୁଇଜଣଙ୍କ ଅଧୀନରେ ବିଏଡ କଲେଜର ସମସ୍ତ କାର୍ୟ୍ୟକ୍ରମ ପରିଚାଳିତ ହେବ ବୋଲି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସୂଚନା ଦେଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!