Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓ୍ବାକଫ୍ ଆଇନକୁ ନେଇ ମୁର୍ଶିଦାବାଦରେ ହିଂସା

by ସଞ୍ଜୟ ସ୍ୱାଇଁ
April 8, 2025
in NATIONAL NEWS
ଓ୍ବାକଫ୍ ଆଇନକୁ ନେଇ ମୁର୍ଶିଦାବାଦରେ ହିଂସା
127
VIEWS
Share on FacebookShare on Twitter

କୋଲକାତା, (ବାଘୁଆବାର୍ତ୍ତା): ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲ୍ଲାରେ ଓ୍ବାକଫ୍ ଆଇନକୁ ନେଇ ହିଂସା । ବିକ୍ଷୋଭ ପ୍ରଦର୍ଶନ ବେଳେ ପ୍ରଦର୍ଶନକାରୀ ଓ ପୋଲିସ ଧସ୍ତାଧସ୍ତି । ପୋଲିସ ଗାଡ଼ିକୁ ଭଙ୍ଗାରୁଜା କରିବା ସହିତ ପୋଡ଼ାଜଳା କରିଛନ୍ତି ଉପଦ୍ରବୀ । ଏଥିରେ କିଛି ପୋଲିସକର୍ମୀ ଓ ବିକ୍ଷୋଭକାରୀ ଆହତ ହୋଇଛନ୍ତି । ଶୁକ୍ରବାର ଜଙ୍ଗିପୁର କ୍ଷେତ୍ରରେ ସଂଖ୍ୟାଲଘୁ ସଂପ୍ରଦାୟର ଲୋକ ଓ୍ବାକଫ୍ ଆଇନକୁ ବିରୋଧ କରି ପ୍ରଦର୍ଶନ କରିଥିଲେ । ବହୁ ସଂଖ୍ୟାରେ ଲୋକ ରାଜରାସ୍ତାକୁ ଓହ୍ଲାଇ ବିକ୍ଷୋଭ କରିବା ସହିତ ନାରାବାଜି କରିଥିଲେ । ଏହି ସମୟରେ ପୋଲିସ ସେମାନଙ୍କୁ ଅଟକାଇବାକୁ ପ୍ରୟାସ କରିଥିଲା ।ହେଲେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଛି । ଚାହୁଁଚାହୁଁ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା । ପ୍ରଦର୍ଶନକାରୀମାନେ ପୋଲିସ ଗାଡ଼ିକୁ ଭଙ୍ଗାରୁଜା କରିବା ସହିତ ସେଥିରେ ନିଆଁ ଲଗାଇ ଦେଇଥିଲେ । ପୋଲିସ ଉପରକୁ ପଥରମାଡ଼ ମଧ୍ୟ କରିଥିଲେ । ଆଇନଶୃଙ୍ଖଳା ସ୍ଥିତି ବଜାୟ ରଖିବାକୁ ପୋଲିସ ଲାଠିଚାର୍ଜ କରିବା ସହିତ ଟିୟର ଗ୍ୟାସ୍ ମାଡ଼ କରିଥିଲା । ସ୍ଥିତିକୁ ନିୟନ୍ତ୍ରଣରେ ରଖିବାକୁ ସ୍ଥାନୀୟ ଅଞ୍ଚଳରେ ଅତିରିକ୍ତ ପୋଲିସବଳ ମୁତୟନ କରାଯାଇଛି । ସେହିପରି ଶାନ୍ତି ବଜାୟ ରଖିବାକୁ ପ୍ରଶାସନ ଲୋକଙ୍କୁ ଅପିଲ୍ କରିଛି । ସେପଟେ ପ୍ରଦର୍ଶନକାରୀମାନେ ଚେତାବନୀ ଦେଇ କହିଛନ୍ତି, କେନ୍ଦ୍ର ସରକାର ଓ୍ବାକଫ୍ ସଂଶୋଧନ ବିଧେୟକ ଫେରାଇ ନ ନେବା ପର୍ଯ୍ୟନ୍ତ ବିରୋଧ ପ୍ରଦର୍ଶନ ଜାରି ରହିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!