Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୁଷ ଏବଂ ମହିଳା ହକି ଦଳରେ ଭାଗ ନେଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ ଜଣ ହକି ତାରକାଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ, ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
September 4, 2021
in Sports, State
ପୁରୁଷ ଏବଂ ମହିଳା ହକି ଦଳରେ ଭାଗ ନେଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ ଜଣ ହକି ତାରକାଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ, ସମ୍ବର୍ଦ୍ଧନା
78
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଏବଂ ମହିଳା ହକି ଦଳରେ ଭାଗ ନେଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ ଜଣ ହକି ତାରକାଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ, ସମ୍ବର୍ଦ୍ଧନା ଦିଆଯାଇଛି। ରାଉରକେଲା ମହାନଗର ନିଗମ ଏବଂ ସ୍ମାର୍ଟ ସିଟି ପକ୍ଷରୁ ସ୍ଥାନୀୟ ସିଭିକ୍ ସେଣ୍ଟରଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଅଲିମ୍ପିଆନ୍ ବୀରେନ୍ଦ୍ର ଲାକ୍ରା, ଅମିତ ରୋହିଦାସ, ଦୀପଗ୍ରେସ୍‌ ଏକ୍କା ଏବଂ ନମିତା ଟପ୍ପୋଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଶନିବାର ଦିନ ପୂର୍ବାହ୍ନ ୧୧ଟା ବେଳେ ୪ ଜଣ ହକି ତାରକା ସିଭିକ୍ ସେଣ୍ଟରଠାରେ ପହଞ୍ଚିବା ପରେ ସେମାନଙ୍କୁ ପୋଲିସ୍ ବାହିନୀ ପକ୍ଷରୁ ବ୍ୟାଣ୍ଡ ବଜାଇ ସ୍ୱାଗତ କରାଯାଇଥିଲା। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଦିବ୍ୟଜ୍ୟୋତି ପରିଡା, ଓଡ଼ିଶା ହକି ପ୍ରମୋସନ କାଉନସିଲର ଅଧ୍ୟକ୍ଷ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ, ପୂର୍ବତନ ଅଲିମ୍ପିୟାନ ଲାଜରୁସ ବାର୍ଲା ଏବଂ ରାଉରକେଲା ଏସ୍‌ପି ମୁକେଶ ଭାମୁଙ୍କ ସହିତ ଯୁବ ଗୋଷ୍ଠୀ, କ୍ରୀଡ଼ା ପ୍ରେମୀ ଏବଂ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ରହି ହକି ହିରୋମାନଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ। ସୁନ୍ଦରଗଡ଼ ଜିଲ୍ଲାର ଏହି ୪ ଜଣ ହକି ଅଲିମ୍ପିଆନ୍ ଆମ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଟୋକିଓ ଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରି ସେମାନେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଆଗାମୀ ଦିନରେ ଯେଉଁ ପିଲାମାନେ ହକି ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି ସେମାନଙ୍କ ପାଇଁ ଏହି ୪ ଜଣ ତାରକା ପ୍ରେରଣା ପାଲଟିଛନ୍ତି, କହିଛନ୍ତି ବିଧାୟକ ସାରଦା ପ୍ରସାଦ ନାୟକ। ଖେଳାଳିମାନଙ୍କର ହକି ପ୍ରତି ଉତ୍ସର୍ଗୀକୃତ ମନୋଭାବ ଯୋଗୁଁ ଅନ୍ତର୍ଜାତୀୟ କ୍ରୀଡ଼ା ମାନଚିତ୍ରରେ ସୁନ୍ଦରଗଡ଼ ଜିଲ୍ଲା ସ୍ୱତନ୍ତ୍ର ସ୍ଥାନ ପାଇଛି। ହକି ଖେଳରେ ଆମକୁ ବିଶେଷ ସଫଳତା ମିଳିଛି। ଟୋକିଓ ଅଲମ୍ପିକ୍ସରେ ଭଲ ପ୍ରଦର୍ଶନ କରି ଏହି ୪ ଜଣ ତାରକା ଆଗାମୀ ପିଢ଼ିର ଖେଳାଳିମାନଙ୍କ ମନରେ ଉତ୍ସାହ ଭରିଛନ୍ତି ବୋଲି କହିଛନ୍ତି କମିଶନର ଦିବ୍ୟଜ୍ୟୋତି ପରିଡ଼ା। ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେଇ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ କହିଥିଲେ ଯେ, ହକିର ବିକାଶ ପାଇଁ ରାଜ୍ୟ ସରକାର ଅନେକ କାର୍ୟ୍ୟକ୍ରମ ହାତକୁ ନେଉଛନ୍ତି। ୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ଭୁବନେଶ୍ୱର ସହିତ ରାଉରକେଲାଠାରେ ଆୟୋଜନ ହେବାକୁ ଯାଉଛି। ଏଥିପାଇଁ ରାଉରକେଲାର ବିପିୟୁଟି କ୍ୟାମ୍ପସରେ ଅନ୍ତର୍ଜାତୀୟ ସ୍ତରର ହକି ଷ୍ଟାଡିୟମ ନିର୍ମାଣ କରାଯାଉଛି। ଏହା ସହ ତୃଣମୂଳ ସ୍ତରରୁ ପିଲାମାନଙ୍କୁ ହକି ଖେଳ ଲାଗି ପ୍ରସ୍ତୁତ କରିବା ପାଇଁ ଜିଲ୍ଲାର ସମସ୍ତ ୧୭ଟି ବ୍ଲକରେ ଅନ୍ତର୍ଜାତୀୟ ମାନର ଆଷ୍ଟ୍ରୋ ଟର୍ଫ ଷ୍ଟାଡିୟମ କରାଯାଉଛି। ସ୍ମାର୍ଟ ସିଟି ରାଉରକେଲାରେ ଏଭଳି ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯାଇଥିବାରୁ ୪ ଜଣ ହକି ତାରକା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ। ଆଗାମୀ ଦିନରେ ଲୋକମାନଙ୍କ ଭଲପାଇବାକୁ ଆଧାର କରି ଆହୁରି ଭଲ ପ୍ରଦର୍ଶନ କରିବାକୁ ଉଦ୍ୟମ କରିବେ ବୋଲି କହିଥିଲେ। ଏହି କାର୍ୟ୍ୟକ୍ରମରେ ୪ ଅଲିମ୍ପିଆନଙ୍କ କୋଚ୍ ରାଜୁ ସାଇନି, ବିଜୟ କୁମାର ଲାକ୍ରା, ପ୍ରଦୀପ କୁମାର ଷଡ଼ଙ୍ଗୀ, ସିଲଭେଷ୍ଟର ଟପ୍ପୋଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଅନ୍ତର୍ଜାତୀୟ ସ୍ତରର ଖେଳାଳି ଷ୍ଟାନଲି ଭିକ୍ଟର ମିଞ୍ଜ, ସିଲାନନ୍ଦ ଲାକ୍ରା, ନିଲମ ସଞ୍ଜୀବ ଖେସ୍‌, ପଙ୍କଜ କୁମାର ରଜକ, ଜେରମ ଲାକ୍ରା, ରଶ୍ମିତା ମିଞ୍ଜଙ୍କ ସହିତ ରାଉରକେଲାସ୍ଥିତ ବିଭିନ୍ନ କ୍ରୀଡ଼ା ଛାତ୍ରାବାସର କୋଚମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!