ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଆସନ୍ତାକାଲି ବାତ୍ୟା ପ୍ରଭାବିତ ହୋଇଥିବା ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା। ଆଜି ଓ ଆସନ୍ତାକାଲି ସ୍କୁଲ ବନ୍ଦ ରହିବ। ବର୍ଷା ହେଲେ ପିଲା ଘରକୁ ନବାହାରନ୍ତୁ, ସ୍କୁଲ ନଆସନ୍ତୁ। ମଙ୍ଗଳବାର ସକାଳର ପରିସ୍ଥିତି ଦେଖି ଜିଲ୍ଲାପାଳମାନେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ବାତ୍ୟା ପରେ ବର୍ଷା ହେବ ବୋଲି ଓଗଊ ସୂଚନା ଦେଇଛି। ତେଣୁ ଏହି ସମୟରେ ପିଲାମାନେ ଘରୁ ନାବାହାରିବା ଉଚିତ୍ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ବଙ୍ଗୋପସାଗର ଉପକୂଳକୁ ମାଡ଼ି ଆସୁଛି ସାମୁଦ୍ରକ ଝଡ଼ ଗୁଲାବ। ମଧ୍ୟରାତ୍ରୀ ସୁଦ୍ଧା ଗୋପାଳପୁର ଓ କଳିଙ୍ଗପଟ୍ଟନମ୍ ମଝିରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ ରୁ ୮୫ କି.ମି ରହିବ। ବେଳେବେଳେ ଏହା ୯୫ କି.ମି ହେବାର ସମ୍ଭାବନା ରହିଛି। ପ୍ରାୟ ରାତି ୯ଟା ପରେ ସାମୁଦ୍ରକ ଝଡ ଗୁଲାବ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି। ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ ୩ ଘଣ୍ଟା ପର୍ୟ୍ୟନ୍ତ ରହିବ। ବାତ୍ୟା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।






