Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରହ୍ମଗିରିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

by ସଞ୍ଜୟ ସ୍ୱାଇଁ
June 19, 2021
in Feature News
ବ୍ରହ୍ମଗିରିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
75
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀର ନିର୍ମାଣାଧୀନ ସିପସରୁବାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଗ୍ରଗତି ସଂପର୍କରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା ସମୀକ୍ଷା କରିଛନ୍ତି । ୪ କୋଟି ୩୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପ୍ରସ୍ତାବିତ ଏହି ଆଦର୍ଶ ବିଦ୍ୟାଳୟର ପ୍ରଥମ ମହଲା ଚଳିତ ମାସ ଶେଷ ସୁଦ୍ଧା ପୂର୍ଣ୍ଣାଙ୍ଗ କରି ଚଳିତ ଶିକ୍ଷାବର୍ଷରେ ଯେଭଳି ଛାତ୍ରଛାତ୍ରୀମାନେ ଅଧ୍ୟୟନ କରିପାରିବେ ସେଥିପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଲୁଣାନଦୀ ଉପରେ ୮ କୋଟି ୩୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣାଧୀନ ନିଖିଳାଗୋବିନ୍ଦପୁର-ମାଝିପଡ଼ା ସେତୁର ବିଳମ୍ବକୁ ନେଇ ଯୋଜନାବୋର୍ଡ ଉପାଧ୍ୟକ୍ଷ ଶ୍ରୀ ଦାସବର୍ମା ଉଦ୍‌ବେଗ ପ୍ରକାଶ କରିବା ସହିତ ଏହି ସେତୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଶେଷ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ଦକ୍ଷିଣ କାଣିଆ ଉପରେ କୁଅପଦାଠାରେ ନିର୍ମିତ ହେଉଥିବା ସେତୁ ଏବଂ ଭାର୍ଗବୀ ନଦୀ ଉପରେ ବାଲିକେରା ତିନିକୁଦିଠାରେ ନିର୍ମାଣାଧୀନ ସେତୁର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରାଯାଇଛି । ଏହି ପ୍ରକଳ୍ପଗୁଡ଼ିକ ବିଳମ୍ବିତ ହେଉଥିବାରୁ ତୁରନ୍ତ ଏହାର ନିର୍ମାଣ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ (କୋଠାବାଡ଼ି ଓ ସେତୁ) ଶ୍ରୀ ପଞ୍ଚାନନ ମହାନ୍ତିଙ୍କୁ ତୁରନ୍ତ ନିର୍ମାଣାଧୀନ ସ୍ଥାନଗୁଡ଼ିକ ପରିଦର୍ଶନ କରି ବିଧିବଦ୍ଧ ନିଷ୍ପତ୍ତି ନେବାକୁ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ପରାମର୍ଶ ଦେଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଶ୍ରୀ ରମେଶ ବେହେରା, ଗ୍ରାମ୍ୟ ଉନ୍ନୟନ ବିଭାଗ, ପୁରୀର ନିର୍ବାହୀ ଯନ୍ତ୍ରୀ ଶ୍ରୀ ରାମପ୍ରସାଦ ଆଚାର୍ଯ୍ୟ, ଶକ୍ତି ବିଭାଗର ନିର୍ବାହୀ ଯନ୍ତ୍ରୀ ପ୍ରିୟରଞ୍ଜନ ବେହରା, ପି.ଏଚ୍‌, ପରିମଳ ବିଭାଗର ନିର୍ବାହୀ ଯନ୍ତ୍ରୀ ଏବଂ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!