Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାଣନ୍ତୁ କେମିତି କରିବେ +୩ ନାମଲେଖା ପାଇଁ ଆବେଦନ

by ସଞ୍ଜୟ ସ୍ୱାଇଁ
April 16, 2025
in Education, State
ଜାଣନ୍ତୁ କେମିତି କରିବେ +୩ ନାମଲେଖା ପାଇଁ ଆବେଦନ
155
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠାରୁ +୩ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଏଥିପାଇଁ ବିଧିବଦ୍ଧ ଭାବେ ଗତକାଲିଠୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ ମେ’ ୨୦ ତାରିଖ ପର୍ଯ୍ୟନ୍ତ ଆବେଦନ କରିପାରିବେ। ଆବେଦନରେ କୌଣସି ତ୍ରୁଟି ଥିଲେ, ୨୧ ଓ ୨୨ ତାରିଖରେ ସଂଶୋଧନ କରିପରିବେ। +୨ ପରୀକ୍ଷା ଦେଇଥିବା ପିଲାମାନେ ପରୀକ୍ଷାଫଳ ପ୍ରକାଶ ପାଇବାର ୧୦ଦିନ ମଧ୍ୟରେ ସେମାନଙ୍କ ମାର୍କ ଅପଡେଟ୍ କରିବେ ବୋଲି କୁହାଯାଇଛି। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ପ୍ରଥମଥର ପାଇଁ ସ୍ନାତକ ନାମଲେଖା ହେବ। ସେହି ଅନୁସାରେ ପୂର୍ବରୁ ଅନର୍ସ କୁହାଯାଇଥିବା ବିଷୟକୁ ‘ମେଜର’ ଓ ଜେନେରାଲ୍ ଇଲେକ୍‌ଟିଭ୍ (ଜିଇ) ବଦଳରେ ‘ମାଇନର୍’ ବିଷୟ କୁହାଯିବ। ଆବେଦନ ସମୟରେ ଛାତ୍ରଛାତ୍ରୀ ୩ଟି ଉପାୟରେ ବିଷୟ ଚୟନ କରିପାରିବେ। ଗୋଟିଏ ମେଜର ସହିତ ଦୁଇଟି ମାଇନର୍ ବିଷୟ କିମ୍ବା ଦୁଇଟି ମେଜର୍ ବିଷୟ କିମ୍ୱା ତିନିଟି ମାଇନର୍ ବିଷୟ ଦେଇପାରିବେ। ପ୍ରଥମ ପର୍ଯ୍ୟାୟ ନାମଲେଖା ୪ଟି ରାଉଣ୍ଡରେ ହେବ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ପିଲା ପରବର୍ତ୍ତୀ ପର୍ଯ୍ୟାୟ ନାମଲେଖାରେ ଆଉ ଅଂଶଗ୍ରହଣ କରିପାରିବେ ନାହିଁ। ସୂଚନାଯୋଗ୍ୟ, ସ୍ନାତକୋତ୍ତର ଓ ବିଇଡି ପରି +୩ ନାମଲେଖା ମଧ୍ୟ ଚଳିତବର୍ଷ ଆଗୁଆ ହେବ। ଜୁଲାଇ ୧୦ତାରିଖ ସୁଦ୍ଧା ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଲକ୍ଷ୍ୟ ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!