Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇଏଏସ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
March 27, 2023
in Crime, State
ଆଇଏଏସ ବିନୋଦ କୁମାରଙ୍କୁ ୩ ବର୍ଷ ଜେଲ
196
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସପ୍ତମ ଥର ପାଇଁ ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ଆଇଏଏସ ବିନୋଦ କୁମାର । ବିନୋଦଙ୍କ ସହିତ ଅନ୍ୟ ୫ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ହୋଇଛି । ୩ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡ ସହିତ ୫୦ ହଜାର ଟଙ୍କା ଲେଖାଏ ଜୋରିମାନା ନିର୍ଦ୍ଦେଶ ଦେଇଛନ୍ତି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ବିନୋଦ କୁମାରଙ୍କ ସହିତ କମ୍ପାନୀ ସଚିବ ସ୍ବସ୍ତିରଞ୍ଜନ ମହାପାତ୍ର, ରିକୋଭରି ଆସିଷ୍ଟାଣ୍ଟ ଉମେଶ ଚନ୍ଦ୍ର ସ୍ବାଇଁ ପରିଚାଳନା ସହଯୋଗୀ ରଶ୍ମୀ ପଟ୍ଟନାୟକ ଓ ରତନ କୁମାର ସାହୁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପୂର୍ବରୁ ୬ଥର ଦୋଷୀ ସାବ୍ୟସ୍ତ ହୋଇଛନ୍ତି ବିନୋଦ କୁମାର । ଭୂମିକା ବିଲଡର ଲୋନ ଦୁର୍ନୀତି ମାମଲାରେ ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଦଣ୍ଡାଦେଶ ହୋଇଛି । ଭିଜିଲାନ୍ସର ସ୍ପେଶାଲ ଜଜ ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଫାଇନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ORHDC ଓ ମେଟ୍ରୋ ବିଲଡର ମାମଲାରେ ଭିଜିଲାନ୍ସର ସ୍ପେଶାଲ ଜଜ ବିନୋଦଙ୍କ ସମେତ ୪ ଜଣଙ୍କୁ ୩ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଶୁଣାଇ ସାରିଛନ୍ତି । ଏହି ତାଲିକାରେ ବାରବାଟୀ ବିଧାୟକ ମହମ୍ମଦ ମୋକିମ, ନିଗମର ତତ୍କାଳୀନ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ର, ମେଟ୍ରୋ ବିଲଡରର ନିର୍ଦ୍ଦେଶକ ପୀୟୂଷଧାରୀ ମହାନ୍ତିଙ୍କୁ ଜରିମାନା ସହ ୩ ବର୍ଷ ଲେଖାଏଁ ସଜା ଶୁଣାଇଥିଲେ କୋର୍ଟ । ୨୦୦୦ରୁ ୨୦୦୧ ମସିହା ପର୍ଯ୍ୟନ୍ତ ORHDCର ପରିଚାଳନା ନିର୍ଦ୍ଦେଶକ ଥିଲେ ଆଇଏସ ବିନୋଦ କୁମାର । ମୁଖ୍ୟତଃ ବିନୋଦ କୁମାରଙ୍କ ସମୟରେ ସରକାରୀ ବାବୁ ଓ ବିଲଡରଙ୍କ ମଧୁଚନ୍ଦ୍ରିକା ଯୋଗୁଁ ରାଜ୍ୟ ସରକାରଙ୍କୁ ଲକ୍ଷାଧିକ ଟଙ୍କାର କ୍ଷତି ସହିବାକୁ ପଡିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!