ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଦରଥାନା ପୁଲିସ ଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ମାଛିପଡ଼ା ବିହାରୀତୋଟାସାହିର ଦୁଖଃଶ୍ୟାମ ସାହୁ । ତାଙ୍କ ନିକଟରୁ ୪୦ ଲିଟର ଦେଶୀ ମଦ ଜବତ କରାଯାଇଥିବା ବେଳେ ଆଜି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଦିପକ ଖଣ୍ଡାୟତରାୟ ସୂଚନା ଦେଇଛନ୍ତି ।






