Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତୀୟ ବୋଲରଙ୍କ ଘାତକ ବୋଲିଂରେ ୧୯୧ ରନରେ ଅଲଆଉଟ୍ ପାକିସ୍ତାନ

by ସଞ୍ଜୟ ସ୍ୱାଇଁ
October 14, 2023
in NATIONAL NEWS, Sports, WORLD
ଭାରତୀୟ ବୋଲରଙ୍କ ଘାତକ ବୋଲିଂରେ ୧୯୧ ରନରେ ଅଲଆଉଟ୍ ପାକିସ୍ତାନ
47
VIEWS
Share on FacebookShare on Twitter

ଅହମ୍ମଦାବାଦ, (ବାଘୁଆବାର୍ତ୍ତା): ବିଶ୍ଵର ସର୍ବବୃହତ କ୍ରିକେଟ୍ ଷ୍ଟାଡିୟମ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି ଦୁଇ ପାରମ୍ପରିକ ପ୍ରତିଦ୍ଵନ୍ଦ୍ଵୀ ଭାରତ ଓ ପାକିସ୍ତାନ। ମୁକାବିଲାରେ ଭାରତୀୟ ବୋଲରଙ୍କ ଶାଣିତ ବୋଲିଂରେ ପାକିସ୍ତାନ ବ୍ୟାଟର ଧରାଶାୟୀ ହୋଇଛନ୍ତି। ଉଭୟ ଦ୍ରୁତ ବୋଲିଂ ଓ ସ୍ପିନ ବୋଲିଂର ଉଚିତ୍ ମୁକାବିଲା କରି ନ ପାରି ପାକିସ୍ତାନ ୪୨.୫ ଓଭରରେ ୧୯୧ ରନରେ ଅଲଆଉଟ୍ ହୋଇଛି। ବିଶ୍ଵକପରେ କ୍ରମାଗତ ତୃତୀୟ ମ୍ୟାଚ୍ ଜିତିବା ପାଇଁ ଭାରତ ସମ୍ମୁଖରେ ରହିଛି ୧୯୨ ରନର ସହଜ ବିଜୟ ଲକ୍ଷ୍ୟ। ପାକିସ୍ତାନ ପକ୍ଷରୁ ଅଧିନାୟକ ବାବର ଆଜମ ୫୦ ଓ ମହମ୍ମଦ ରିଜଓ୍ଵାନ ୪୯ ରନର ଉଲ୍ଲେଖନୀୟ ଇନିଂସ ଖେଳିଛନ୍ତି। ଏକଦା ୨ ଓ୍ଵିକେଟ୍ ହରାଇ ୧୫୫ ରନ କରିଥିବା ପାକିସ୍ତାନ ବ୍ୟାଟିଂ ବିପର୍ଯ୍ୟୟ ଭୋଗି ୨୦୦ ରନ ବି କରି ପାରିନାହିଁ। ଏହା ପୂର୍ବରୁ ଟସ୍ ଜିତି ଭାରତ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପାକିସ୍ତାନର ଦୁଇ ଓପନର ଅବଦୁଲ୍ଲା ଶଫିକ ଓ ଇମାମ ଉଲ ହକ ପ୍ରଥମ ଓ୍ଵିକେଟ୍‌ରେ ୪୧ ରନ ଯୋଡ଼ିଥିଲେ। ସଫିକ(୨୦)ଙ୍କୁ ଆଉଟ୍ କରି ମହମ୍ମଦ ସିରାଜ ଭାରତକୁ ପ୍ରଥମ ସଫଳତା ଦେଇଥିଲେ। କ୍ରିଜରେ ଜମି ଆସୁଥିବା ଇମାମ ଉଲ ହକ୍ ୩୬ ରନ କରି ଆଉଟ୍ ହୋଇଥିଲେ। ୭୩ ରନରେ ଦୁଇ ଓପନରଙ୍କ ଆଉଟ୍ ପରେ ଅଧିନାୟକ ବାବର ଆଜମ ଓ ମହମ୍ମଦ ରିଜଓ୍ଵାନ ଦଳର ଇନିଂସ ସମ୍ଭାଳି ସ୍କୋରକୁ ଆଗକୁ ବଢାଇଥିଲେ। ଉଭୟ ଧୈର୍ଯ୍ୟର ସହ ବ୍ୟାଟିଂ କରି ତୃତୀୟ ଓ୍ଵିକେଟ୍ ପାଇଁ ୮୨ ରନ ଯୋଡ଼ିଥିଲେ। ବାବର ଆଜମ ଅର୍ଦ୍ଧଶତକ ହାସଲ କରିଥିଲେ ହେଁ ନିଜ ଇନିଂସକୁ ଆଗକୁ ବଢାଇ ପାରି ନ ଥିଲେ। ସେ ୫୮ ବଲ୍‌ରୁ ୭ ଚୌକା ସହ ୫୦ ରନ କରିଥିଲେ। ଏହି ଯୋଡ଼ି ଭାଙ୍ଗିବା ପରେ ପାକିସ୍ତାନ ବ୍ୟାଟିଂ ବିପର୍ଯ୍ୟୟ ଭୋଗିଥିଲା। ଏକଦା ୨ ଓ୍ଵିକେଟ୍ ହରାଇ ୧୫୫ ରନ କରିଥିବା ପାକିସ୍ତାନ ୧୬ ରନରେ ୫ ଓ୍ଵିକେଟ୍ ହରାଇଥିଲା। ମହମ୍ମଦ ରିଜଓ୍ଵାନ ୪୯ ରନ କରି ବିଦାୟ ନେଇଥିଲେ। ଏହା ପରେ ପାକିସ୍ତାନର ନିମ୍ନକ୍ରମ ବ୍ୟାଟର ଭାରତୀୟ ବୋଲରଙ୍କ ମୁକାବିଲା କରି ପାରି ନଥିଲେ। ବିଶେଷ କରି ଯଶପ୍ରୀତ ବୁମରା କୁଲଦୀପ ଯାଦବ ଓ ରବୀନ୍ଦ୍ର ଜାଡ଼େଜା ଓ୍ଵିକେଟ୍ ନେବା ସହ ରନ ଗତି ଉପରେ ଅଙ୍କୁଶ ଲଗାଇଥିଲେ। ଶେଷରେ ପାକିସ୍ତାନ ୪୨.୫ ଓଭରରେ ୧୯୧ ରନରେ ଅଲଆଉଟ୍ ହୋଇଛି। ଭାରତ ପକ୍ଷରୁ ବୋଲିଂରେ ଯଶପ୍ରୀତ ବୁମରା ୧୯ ରନ ଦେଇ ୨ଟି ଓ୍ଵିକେଟ୍, କୁଲଦୀପ ଯାଦବ ୧୦ ଓଭରରେ ୩୫ ରନ ଦେଇ ୨ଟି ସଫଳତା ପାଇଛନ୍ତି। ସେହିପରି ରବୀନ୍ଦ୍ର ଜାଡ଼େଜା ୩୮ ରନ ଦେଇ ୨ ଓ ମହମ୍ମଦ ସିରାଜ ୫୦ ରନ ଦେଇ ୨ଟି ଓ୍ଵିକେଟ୍ ନେଇଛନ୍ତି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!