Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତୀୟ କ୍ରିକେଟ ପାଇଁ ଆଜି ଦିନରେ ଚିରସ୍ମରଣୀୟ

by ସଞ୍ଜୟ ସ୍ୱାଇଁ
June 25, 2021
in Lifestyle, NATIONAL NEWS, Sports
ଭାରତୀୟ କ୍ରିକେଟ ପାଇଁ ଆଜି ଦିନରେ ଚିରସ୍ମରଣୀୟ
99
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ୨୫ ଜୁନ ୧୯୮୩ ଭାରତୀୟ କ୍ରୀଡା ଇତିହାସ ପାଇଁ ସର୍ବଦା ସ୍ମରଣୀୟ ହୋଇ ରହିବ । ଏହି ଦିନ ଭାରତୀୟ କ୍ରିକେଟ ବିଶ୍ୱକପ ଜିତି ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି କରିଥିଲା । ବିଶ୍ୱ ବିଜୟୀ ୱେଷ୍ଟଇଣ୍ଡିଜ ଟିମକୁ କପିଳ ଦେବଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ୪୩ ରନରେ ପରାସ୍ତ କରିଥିଲା । ସାରା ବିଶ୍ୱ ସ୍ତବ୍ଧ ହୋଇ ଯାଇଥିଲା । ଫାଇନାଲରେ ଭାରତ ପ୍ରଥମେ ବ୍ୟାଟିଂ କରି ୫୪.୪ ଓଭରରେ ୧୮୩ ରନ କରି ଅଲଆଉଟ ହୋଇ ଯାଇଥିଲା । କ୍ରିଷ୍ମାଚାରୀ ଶ୍ରୀକାନ୍ତ ସର୍ବାଧିକ ୩୮ ରନ କରିଥିଲେ । ଭାରତୀୟ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ଆଗରେ ହାର ମାନିଥିଲା ୱେଷ୍ଟଇଣ୍ଡିଜ । ସମ୍ପୂର୍ଣ୍ଣ ଦଳ ୫୨ ଓଭରରେ ୧୪୦ ରନ କରି ଅଲଆଉଟ ହୋଇ ଯାଇଥିଲେ । ମଦନ ଲାଲ ୩୧ ରନରେ ୩ଟି, ମହିନ୍ଦର ଅମରନାଥ ୧୨ ରନରେ ୩ଟି ଏବଂ ବଲୱିନ୍ଦୀ ସିଂ ସିନ୍ଧୁ ୨ଟି ଉଇକେଟ ଅକ୍ତିଆର କରିଥିଲେ । ଅମରନାଥ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ । ଏବେ ବି କପିଳ ଦେବ ଧରିଥିବା ଭିଭିଆନ ରିଚାର୍ଡ୍ସଙ୍କ କ୍ୟାଚ ମନରେ ରୋମାଂଚ ଭରିଦିଏ । ଏହି ସଫଳତା ପରେ ଭାରତର ଗଳି କନ୍ଦିରେ କ୍ରିକେଟର ରାଜୁତି ଆରମ୍ଭ ହୋଇ ଯାଇଥିଲା । ଏହାର ଠିକ୍ ୨୮ ବର୍ଷ ପରେ ୨୦୧୧ରେ ଭାରତ ଏହି ସଫଳତା ଦୋହାରାଇ ଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!