Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱଦେଶ ଫେରିଲା ଟିମ୍‌ ଇଣ୍ଡିଆ

by ସଞ୍ଜୟ ସ୍ୱାଇଁ
July 4, 2024
in NATIONAL NEWS, Sports
ସ୍ୱଦେଶ ଫେରିଲା ଟିମ୍‌ ଇଣ୍ଡିଆ
130
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ସ୍ୱଦେଶ ଫେରିଲା ଟିମ୍ ଇଣ୍ଡିଆ। ଦିଲ୍ଲୀ ବିମାନ ବନ୍ଦରରେ ଆଜି ସକାଳେ ପହଞ୍ଚିଛି ଭାରତୀୟ କ୍ରିକେଟ୍ ଦଳ। ବିଶ୍ୱ ବିଜୟୀ ଟିମର ଗୋଟିଏ ଝଲକ ପାଇବା ପାଇଁ ଗତକାଲି ରାତିରୁ ବିମାନବନ୍ଦର ନିକଟରେ ଜମିଛି ଭିଡ଼। ବିମାନ ବନ୍ଦର ବାହାରେ ଶହ ଶହ ସଂଖ୍ୟାରେ ଫ୍ୟାନ୍ ଆସି ଅପେକ୍ଷା କରି ରହିଛନ୍ତି। ୱେଷ୍ଟଇଣ୍ଡିଜର ବାରବାଡୋସରେ ଘୂର୍ଣ୍ଣିଝଡ଼ ପରେ ଫସି ରହିଥିଲା ଭାରତୀୟ ଟିମ୍। ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନରେ ଟିମ୍ ଇଣ୍ଡିଆ ଦିଲ୍ଲୀ ଆସି ପହଞ୍ଚିଛି। ଗତକାଲି ସନ୍ଧ୍ୟାରେ ବାର୍ବୋଡସର ବିମାନ ବନ୍ଦରରୁ ଏୟାର ଇଣ୍ଡିଆର ବୋଇଂ ୭୭୭ ବିମାନ ଟିମର ଖେଳାଳି, ସପପୋର୍ଟ ଟିମ୍ ଏବଂ ସାମ୍ବାଦିକମାନଙ୍କୁ ନେଇ ଭାରତ ଅଭିମୁଖେ ଉଡ଼ାଣ ଆରମ୍ଭ କରିଥିଲା। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଆଜି ସକାଳେ ଦିଲ୍ଲୀ ବିମାନବନ୍ଦରରେ ବିମାନ ଲ୍ୟାଣ୍ଡ କରିଛି। ବିଶ୍ୱ ବିଜୟୀ ଦଳର ଖେଳାଳିମାନେ ଆଜି ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିବେ। ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ସାରି ସେଠାରୁ ଚାଟାର୍ଡ ବିମାନ ଯୋଗେ ମୁମ୍ବାଇ ଯିବେ। ଆଜି ସନ୍ଧ୍ୟାରେ ମୁମ୍ବାଇରେ ହେବ ଗ୍ରାଣ୍ଡ ସେଲିବ୍ରେସନ। ଖେଳାଳିମାନେ ମୁମ୍ବାଇ ବିମାନ ବନ୍ଦରରୁ ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିବେ। ସେଠାରେ ଏକ କିଲୋମିଟରର ବସ୍ ପ୍ୟାରେଡର କାର୍ଯ୍ୟକ୍ରମ ରହିଛି। ସେଠାରେ ଭବ୍ୟ ସ୍ୱାଗତ ପରେ ଅଧିନାୟକ ରୋହିତ ଶର୍ମା ବିସିସିଆଇ ସେକ୍ରେଟାରୀ ଜୟ ଶାହଙ୍କୁ ବିଶ୍ୱକପ୍ ହସ୍ତାନ୍ତର କରିବେ। ସେଠାରେ ସମସ୍ତ କାର୍ଯ୍ୟକ୍ରମ ସରିବା ପରେ ସନ୍ଧ୍ୟାରେ ଖେଳାଳିମାନେ ପ୍ରତ୍ୟାବର୍ତ୍ତନ କରିବେ। ପ୍ରକାଶ ଥାଉକି ଜୁନ୍ ୨୯ରେ ବାର୍ବାଡସରେ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଫାଇନାଲ୍ ମ୍ୟାଚ୍ ଖେଳା ଯାଇଥିଲା। କିନ୍ତୁ ସେଠାରେ ଏକ ଘୂର୍ଣ୍ଣିଝଡ଼ ବେରିଲ୍ ସୃଷ୍ଟି ହେବା କାରଣରୁ ପାଣିପାଗକୁ ଦୃଷ୍ଟିରେ ରଖି ବିମାନ ଉଡ଼ାଣ କରିପାରି ନଥିଲା। ଜୁଲାଇ ୧ରେ ସ୍ଥିତିରେ ସାମାନ୍ୟ ସୁଧାର ଆସିବା ପରେ ବିସିସିଆଇ ବାର୍ବାଡସକୁ ସ୍ୱତନ୍ତ୍ର ବିମାନ ପଠାଇଥିଲା। କିନ୍ତୁ ଏହାପରେ ମଧ୍ୟ ପାଗରେ ପରିବର୍ତ୍ତନ ନ ଆସିବାରୁ ବିମାନ ଉଡ଼ାଣ ବିଳମ୍ବ ହୋଇଥିଲେ। ଶେଷରେ ଭାରତ ଫେରୁଛନ୍ତି ବିଜୟୀ ଟିମ୍। ଦୀର୍ଘ ୧୭ ବର୍ଷ ପରେ ବିଶ୍ୱକପ୍ ଜିତି ଥିବା ଟିମ୍ ଇଣ୍ଡିଆକୁ ସ୍ୱାଗତ କରିବା ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି କ୍ରିକେଟ ପ୍ରେମୀ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!