Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପ-ପୁଅଙ୍କୁ ଏସିଡ୍ ମାଡ଼ ଘଟଣାରେ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
October 20, 2024
in Crime, State
ବାପ-ପୁଅଙ୍କୁ ଏସିଡ୍ ମାଡ଼ ଘଟଣାରେ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ
75
VIEWS
Share on FacebookShare on Twitter

ତୁମୁଡ଼ିବନ୍ଧ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମର ବାପ-ପୁଅଙ୍କୁ ଏସିଡ୍‌ ମା’ ଘଟଣାର ତଦନ୍ତ ଆରମ୍ଭ କରି ସେହି ଗ୍ରାମର ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି। ଏହାରି ଭିତରେ ରବିବାର ଅପରାହ୍ନରେ ବୌଦ୍ଧରୁ ଏକ ୬ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ତୁମୁଡିବନ୍ଧ ଥାନାରେ ପହଞ୍ଚି ଘଟଣା ଘଟିଥିବା ବୁଡ଼ା କୁନ୍ଦେଲ ଗ୍ରାମକୁ ଯାଇ ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ କରିଥିଲେ। ଏହି ତଦନ୍ତ ବେଳେ କନ୍ଧମାଳ ଡିଏସ୍‌ପି କମଳ କୁମାର ପଣ୍ଡା ଓ ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନା ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୃତ୍ତ ଘରେ ପଶି ବାପ-ପୁଅଙ୍କୁ ଏସିଡ୍‌ ମାଡ଼ କରି ପଳେଇ ଯାଇଥିବା ଅଭିଯୋଗ ହୋଇଥିଲା। ବାପ-ପୁଅଙ୍କୁ ଗୁରୁତର ଅବସ୍ଥାରେ ତୁମୁଡିବନ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ମୁଣ୍ଡିଗଡ଼ ପଞ୍ଚାୟତର ବୁଢା କୁଣ୍ଢେଲ ଗାଁରୁ ଏପରି ଅଭିଯୋଗ ଆସିଛି। ବୁଢ଼ା କୁଣ୍ଡେଲ ଗାଁର ମୋହନ ପନ୍ଦର ନିଜ ୧୨ ବର୍ଷର ପୁଅ ଅନୁଜଙ୍କ ସହ ଶୋଇଥିଲେ। ରାତ୍ରି ପ୍ରାୟ ୨ଟା ସମୟରେ ଶୋଇଥିବା ଅବସ୍ଥାରେ କେହି ଦୁର୍ବୃତ୍ତ ଆସି ଏସିଡ୍‌ ଫିଙ୍ଗି ଦୌଡ଼ି ପଳେଇଥିବା ଅଭିଯୋଗ କରିଛନ୍ତି। ଏସିଡ୍‌ ମାଡ଼ର ଶିକାର ହୋଇଥିବା ମୋହନ ପନ୍ଦର। ତେବେ ମୋହନ ଓ ତାଙ୍କ ପୁଅର ଛାତି ଓ ମୁହଁ ପୋଡି ଯାଇଥିବାବେଳେ ତୁମୁଡିବନ୍ଧ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତୁମୁଡିବନ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!