Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

IPL ନିଲାମୀ: ଜାଣନ୍ତୁ କେଉଁ ଖେଳାଳିର ଦାମ କେତେ?

by ସଞ୍ଜୟ ସ୍ୱାଇଁ
December 23, 2022
in NATIONAL NEWS, Sports
IPL ନିଲାମୀ: ଜାଣନ୍ତୁ କେଉଁ ଖେଳାଳିର ଦାମ କେତେ?
318
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): IPL ପାଇଁ ଆରମ୍ଭ ହୋଇଛି ନିଲାମ ପକ୍ରିୟା । ଆଇପିଏଲରେ ନୂଆ ରେକର୍ଡ କରିଛନ୍ତି ଇଂଲଣ୍ଡର କ୍ରିକେଟର ସାମ କୁରାନ । ଚଳିତ ନିଲାମ ପକ୍ରିୟାରେ ସର୍ବାଧିକ ଦାମରେ ନିଲାମ ହୋଇଛନ୍ତି ସାମ କୁରାନ୍ । ୧୮.୫୦ କୋଟି ଟଙ୍କାରେ ସାମ୍ କୁରାନଙ୍କୁ ଦଳରେ ସାମିଲ କରିଛି ପଞ୍ଜାବ କିଙ୍ଗସ । ସେହିପରି ଇଂଲଣ୍ଡର ଖେଳାଳୀ ହ୍ୟାରୀ ବ୍ରୁକଙ୍କୁ ୧୩.୨୫ କୋଟି ଟଙ୍କାରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ । ହ୍ୟାରୀଙ୍କର ବେସ୍ ପ୍ରାଇସ ୧.୫ କୋଟି ଥିବା ବେଳେ ପ୍ରଥମେ ରାଜସ୍ଥାନ ଓ ବାଙ୍ଗାଲୋର ମଧ୍ୟରେ ଲଢେଇ ଦେଖିବାକୁ ମିଳିଥିଲା । କିନ୍ତୁ ଶେଷରେ ହାଇଦ୍ରାବାଦ ଏହି ରେସରେ ସାମିଲ ହେବା ସହ ହ୍ୟାରୀଙ୍କୁ ଦଳରେ ସାମିଲ କରିଥିଲା । ସେହିଭଳି ଭାରତୀୟ କ୍ରିକେଟର ମୟଙ୍କ ଅଗ୍ରୱାଲଙ୍କୁ ମଧ୍ୟ ୮.୨୫ କୋଟି ଟଙ୍କାରେ କିଣିଛି ହାଇଦ୍ରାବାଦ । ମିନି ନିଲାମୀରେ ଇଂଲଣ୍ଡ କ୍ରିକେଟରଙ୍କ ଉପରେ ଟଙ୍କା ବର୍ଷା ହୋଇଛି । ହ୍ୟାରୀ ବ୍ରୁକ୍, ସାମ କୁରାନଙ୍କ ପରେ ବେନ ଷ୍ଟୋକ୍ସଙ୍କ ଚାହିଦା ଆକାଶଛୁଆଁ ହୋଇଛି । ବେନ ଷ୍ଟୋକ୍ସଙ୍କୁ ୧୬.୨୫ କୋଟି ଟଙ୍କାରେ କିଣିଛି ଚେନ୍ନାଇ ସୁପର କିଙ୍ଗସ । ଅନ୍ୟପଟେ ଅଷ୍ଟ୍ରେଲୀୟ ବ୍ୟାଟର କ୍ୟାମେରନ ଗ୍ରୀନଙ୍କୁ ୧୭.୫୦ କୋଟି ଟଙ୍କାରେ ମୁମ୍ବାଇ ଇଣ୍ଡିଆନ୍ସ ନିଜ ଟିମରେ ସାମିଲ କରିଛି । କାରବିଆନ ଅଲରାଉଣ୍ଡର ଜେସନ ହୋଲଡରଙ୍କୁ ୫.୭୫ କୋଟି ଟଙ୍କାରେ ରାଜସ୍ଥାନ ରୟାଲ୍ସ କିଣିଥିବା ବେଳେ ସିକନ୍ଦର ରାଜାଙ୍କୁ ୫୦ ଲକ୍ଷରେ ପଞ୍ଜାବ ନିଜ ପଲଟନରେ ସାମିଲ କରିଛି । ଏହାବାଦ୍ ଓଡେନ ସ୍ମିଥଙ୍କୁ ୫୦ ଲକ୍ଷ ଟଙ୍କାରେ ଗୁଜରାଟ କିଣିଥିବା ବେଳେ ସାକିବ ଅଲ ହାସନଙ୍କୁ କୌଣସି ଫ୍ରାଞ୍ଚାଇଜ କିଣିନାହାନ୍ତି । କେନ୍ ୱିଲିୟମସନଙ୍କୁ ବେସ୍ ପ୍ରାଇସ୍ ୨ କୋଟି ଟଙ୍କାରେ କିଣିଛି ଗୁଜୁରାଟ ଟାଇଟନ୍ସ । ରାହାଣେଙ୍କୁ ୫୦ ଲକ୍ଷ ଟଙ୍କାରେ କିଣିଛି ଚେନ୍ନାଇ ସୁପର କିଙ୍ଗସ । ଯଦି ବା ନିଲାମୀ ଆରମ୍ଭରୁ ପଞ୍ଜାବ କିଙ୍ଗସ ଆଗ୍ରହ ପ୍ରକାଶ କରିଥିଲା, ଶେଷ ପର୍ଯ୍ୟନ୍ତ ସାମ କୁରାନଙ୍କୁ କିଣିବାକୁ ବିଭିନ୍ନ ଫ୍ରାଞ୍ଚାଇଜ ମଧ୍ୟରେ ପ୍ରତିଯୋଗିତା ଚାଲିଥିଲେ ମଧ୍ୟ ପଞ୍ଜାବ ସାମ କୁରାନଙ୍କୁ କିଣିବାରେ ସଫଳ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!