Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲାଞ୍ଚ ମାମଲା: ପୂର୍ବତନ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍‌

by ସଞ୍ଜୟ ସ୍ୱାଇଁ
August 1, 2021
in Feature News
ବାଇକ ଚୋରର କଥାରେ ଥାନାରେ ଜମିଥିଲା ହସର ଆସର
133
VIEWS
Share on FacebookShare on Twitter

ଫୁଲବାଣୀ,(ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍‌ରେ ପୂର୍ବରୁ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଚିତ୍ତରଞ୍ଜନ ବଳିୟାରସିଂଙ୍କୁ ଲାଞ୍ଚ ନେବା ମାମଲାରେ ୩ ବର୍ଷ ଜେଲ୍‌ଦଣ୍ଡ ଦିଆଯାଇଛି। ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍‌ସ କୋର୍ଟ ଏହି ଜେଲ୍‌ଦଣ୍ଡ ସହିତ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ଚୂଡ଼ାନ୍ତ ରାୟରେ ଉଲ୍ଲେଖ କରିଛନ୍ତି। ଦାରିଙ୍ଗବାଡ଼ି ବ୍ଲକ୍‌ ଶ୍ରୀନିକେତା ପଞ୍ଚାୟତ ଅଞ୍ଚଳର ନହ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କର ଗୋଷ୍ଠୀ ସଭାଗୃହ ନିର୍ମାଣ କାର୍ଯ୍ୟର ଫାଇନାଲ୍‌ ବିଲ୍‌ ବାବଦକୁ ୬୦ ହଜାର ଟଙ୍କା ପାଇବାକୁ ଥିଲା। ଏହି ବିଲ୍‌ କରାଇ ଦେବାପାଇଁ କନିଷ୍ଠ ଯନ୍ତ୍ରୀ ବଳିୟାରସିଂ ଅଭିଯୋଗକାରୀ ନହଙ୍କୁ ୧୨ ପ୍ରତିଶତ ପିସି ଦାବି କରିଥିଲେ। ଏ ନେଇ ଭିଜିଲାନ୍‌ସ ପକ୍ଷରୁ ୪/୨୦୧୮ରେ ଏକ ମାମଲା ରୁଜୁ ହୋଇଥିଲା। ଫୁଲବାଣୀ ଭିଜିଲାନ୍‌ସ କୋର୍ଟ ସ୍ବତନ୍ତ୍ର ଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଆଜି ଏହି ମାମଲାର ଶୁଣାଣି କରିଥିବାବେଳେ ସରକାରଙ୍କ ପକ୍ଷରୁ ଆଇନଜୀବୀ ଭି.ଭି. ରାମଦାସ ମାମଲା ପରିଚାଳନା କରିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!