ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସଦର ମହକୁମାରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଏସ ସୁଶ୍ରୀ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ତହସିଲଦାର ରାଜେସ କେଶରୀ ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ । ଆଜି ମୋଟ ୬୩ ଗୋଟି ମାମଲା ଗ୍ରହଣ କରାଯାଇଥିବା ବେଳେ ବ୍ୟକ୍ତିଗତ ୫୪ଟି ମାମଲା ରହିଥିଲା । ଗ୍ରାମ୍ୟ ମାମଲା ଦୁଇଗୋଟି ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ୭ ଗୋଟି ମାମଲା ରହିଥିଲା । ତୁରନ୍ତ ଆଠ ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ତରୀୟ ଅନୁଷ୍ଠିତ ଅଧିକାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।






