Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶାବାଡ଼ି

by ସଞ୍ଜୟ ସ୍ୱାଇଁ
April 4, 2021
in Feature News, Nayagarh
ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶାବାଡ଼ି
210
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ବ୍ଳକ୍ ବାଉଁଶିଆପଡ଼ା ପଞ୍ଚାୟତ ସ୍ଥିତି ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଶ୍ରୀ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ନାଗିରକ ମଞ୍ଚର ସଭାପତି ରଘୁନାଥ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ବାର୍ଷିକ ଉତ୍ସବରେ ନୟାଗଡ଼ ଜିଲ୍ଳା ବରିଷ୍ଠ ନାଗରିକ ମଞ୍ଚର ସଭାପତି ତଥା ସମାଜସେବୀ ପ୍ରମୋଦ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ପରିବାରର ବରିଷ୍ଠ ମାନେ ଅଲୋଡ଼ା, ଅଦରକାରୀ କିମ୍ବା ଅନ୍ୟ ଉପରେ ବୋଝ ନୁହନ୍ତି ବରଂ ସେମାନଙ୍କର ଅନୁଭୂତ, ଅଭିଜ୍ଞତା ଉପରପିଢ଼ୀ ପାଇଁ ପ୍ରେରଣା ଦାୟକ ବୋଲି ବକ୍ତବ୍ୟ ରଖିଥିଲେ । ପ୍ରାରମ୍ଭରେ ସର୍ବ ବରିଷ୍ଠ ସଭ୍ୟ ଯୋଗେନ୍ଦ୍ର ସାହୁ ପ୍ରଦୀପ ପ୍ରଜ୍ୱଳନ କରିବା ପରେ ସଂପାଦକ ବୈକୁଣ୍ଠନାଥ ଦାସ ପରିଚୟ ପ୍ରଦାନ କରିଥିଲେ । ନିତ୍ୟାନନ୍ଦ ରାଉତରାୟ ଆୟବ୍ୟୟର ବାର୍ଷିକ ବିବରଣୀ ଉପସ୍ଥାପନ କରିବାବେଳେ ଡ଼ ତ୍ରିନାଥ ନାୟକ ମଞ୍ଚର ଆଭିମୁଖ୍ୟ ଏବଂ ଲକ୍ଷଣ ସଂପର୍କିତ ସୂଚନା ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ସଂପାଦକ ଦୁର୍ଯ୍ୟୋଧନ ସାହୁ, ବରିଷ୍ଠ ସଭ୍ୟ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ମୀନକେତନ ନାୟକ, କାହ୍ନୁଚରଣ ସାହୁ ପ୍ରମୁଖ ନିସଃଙ୍ଗ ଅସହାୟଙ୍କ ଯତ୍ନନେବା ଉପରେ ଗୁରୁତ୍ୱ ଆରୋପ କରିଥିଲେ । ସର୍ବସମ୍ମତି କ୍ରମେ ବରିଷ୍ଠ ନାଗରିକ କଲ୍ୟାଣ ପାଣ୍ଠି ଗଠନ କରାଯାଇଥିଲା ଏବଂ ଏକଲକ୍ଷ ଟଙ୍କା ଆଦାୟ କରି ତୁରନ୍ତ ବ୍ୟାଙ୍କରେ ଜମା ରଖାଯିବ ବୋଲି ପ୍ରସ୍ତାବ ପାରିତ ହୋଇଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!