Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା

by ସଞ୍ଜୟ ସ୍ୱାଇଁ
December 25, 2019
in Entertainment
ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
94
VIEWS
Share on FacebookShare on Twitter

ମନମୋହିଲା ଡାଲଖାଇ ନୃତ୍ୟ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଆଜି ଦ୍ୱିତୀୟ ଦିବସ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ସୈାମ୍ୟରଂଜନ ପଟ୍ଟନାୟକ ଯୋଗ ଦେଇଥିଲେ । ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ଲୋକନାଥ ସାହୁ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ ଯୋଗ ଦେଇଥିଲେ । ଗଣତନ୍ତ୍ରରେ ଲୋକମାନଙ୍କୁ ବାନ୍ଧି ରଖିବାରେ ଉତ୍ସବର ଏକ ସ୍ୱତନ୍ତ୍ର ଭୂମିକା ରହିଥିବା ମୁଖ୍ୟ ଅତିଥି ଶୀଯୁକ୍ତ ପଟ୍ଟନାୟକ ତାଙ୍କ ବକ୍ତବ୍ୟରେ କହିବା ସହ ସାମାଜିକ ବ୍ୟବସ୍ଥାରେ ଉତ୍ସବ ସବୁ ଚାର୍ଜର ସଦୃଶ ବୋଲି କହିଥିଲେ । ନୟାଗଡ଼ ମାଟି ହେଉଛି କଳା, ସାହିତ୍ୟ, ସଂସ୍କୃତିର ମାଟି । ଏଠି ମହାନଦୀଠାରୁ ଆରମ୍ଭ କରି ପଠାଣି ସାମନ୍ତଙ୍କ ଯାଏଁ ଅନେକ କିମ୍ବଦନ୍ତି ରହିଥିବା ନେଇ ମୁଖ୍ୟ ଅତିଥି ତାଙ୍କ ବକ୍ତବ୍ୟରେ କହିଛନ୍ତି । ସମ୍ମାନିତ ଅତିଥି ଶ୍ରୀ ସାହୁ ତାଙ୍କ ବକ୍ତବ୍ୟରେ ନୟାଗଡ଼ର ମାଟିର କଥା କହିବା ସହ ପ୍ରଶାସନର ଉଦ୍ୟମକୁ ପ୍ରଶଂସା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସଂଯୋଜନା କରିଥିଲେ । ଆଜିର ସଂନ୍ଧ୍ୟାରେ ସର୍ବ ପ୍ରଥମେ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ନୟାଗଡ଼ ୟୁନିଟେକ୍ ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନୟାଗଡ଼ ବନ୍ଦନା ପରିବେଷଣ କରାଯାଇଥିଲା । ବରଗଡ଼ କଳାଜୀବୀ ଡ୍ୟାନ୍ସ ଗ୍ରୃପ ଦ୍ୱାରା ଅନୁଷ୍ଠିତ ଡାଲଖାଇ ନୃତ୍ୟ ବେଶ୍ ଚିତାକର୍ଷକ ଥିଲା । ସେହିଭଳି ସୁନ୍ଦରଗଡ଼ର ରସରକେଲି ଏବଂ କଳାହାଣ୍ଡି ବଜାସାଲା ଅନୁଷ୍ଠିତ ହୋଇଥିଲା ।

 

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!