Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା

by ସଞ୍ଜୟ ସ୍ୱାଇଁ
December 28, 2019
in Entertainment
ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
19
VIEWS
Share on FacebookShare on Twitter

ବାରିପଦାର ଛଉ ନୃତ୍ୟ ଡାଲଖାଇ ଦର୍ଶକଙ୍କୁ ବାନ୍ଧି ରଖିଲା

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଆଜି ଚତୁର୍ଥ ଦିବସ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଯୋଗ ଦେଇଥିଲେ । ନୟାଗଡ଼ ଉପଜିଲ୍ଲାପାଳ ଲଗ୍ନଜିତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶଶୀଭୂଷଣ ଶତପଥିୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଶ୍ରୀ ପ୍ରଧାନ ଜିଲ୍ଲା ଗଠନ ହେବାର ସ୍ମୃତିକୁ ମନେ ପକାଇବା ସହ ସ୍ୱର୍ଗତ ଭାଗବତ ବେହେରାଙ୍କ ଉଦ୍ୟମ ଏବ ବିଜୁ ବାବୁଙ୍କ ସାମ୍ନାରେ ସତ୍ସାହାସ ଦେଖାଇ ଜିଲ୍ଲା ଗଠନ ପାଇଁ କରିଥିବା ଦାବି ଉପସ୍ଥାପନକୁ ସାଧୁବାଦ ଜଣାଇଥିଲେ । ଆଜିର ସଭାରେ ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ସଂଯୋଜନା କରିଥିଲେ । ଆଜିର ସଂନ୍ଧ୍ୟାରେ ସର୍ବ ପ୍ରଥମେ ସ୍ଥାନୀୟ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପରେ ନୟାଗଡ଼ ଇନ୍ସ୍ପାୟାର ମହାବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ନୟାଗଡ଼ ବନ୍ଦନା ପରିବେଷଣ କରାଯାଇଥିଲା । ବାରିପଦାର ଛଉ ନୃତ୍ୟ, ବରଗଡ଼ର ପଂଚରସୀ ଡାଲଖାଇ ଦର୍ଶକଙ୍କୁ ବାନ୍ଧି ରଖିଥିଲା । ଚତୁର୍ଥ ସଂନ୍ଧ୍ୟାରେ ମହୋତ୍ସବରେ ପ୍ରବଳ ଜନସାମାଗମ ହୋଇଥିବା ଜଣାପଡ଼ିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!