Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
June 21, 2025
in Nayagarh
ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
122
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସ୍ତରୀୟ ୧୧ ତମ ଆନ୍ତର୍ଜାତିକ ଯୋଗ ଦିବସ ନୟାଗଡ଼ ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ସ୍ଥିତ ଡ଼ାଇମଣ୍ଡ ଜୁବୁଲି ଅଡିଟୋରିୟମଠାରେ ବହୁ ଆଡମ୍ବର ଭାବେ ପାଳିତ ହୋଇଅଛି। କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇଥିଲେ। ଉକ୍ତ କାର‌୍ୟ୍ୟକ୍ରମରେ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ଵାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ୍ ଅଗ୍ରୱାଲଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ତଥା କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଯୋଗ ଦେଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର‌୍ୟ୍ୟକ୍ରମର ସିଧାପ୍ରସାରଣ ସହିତ ଜୁବିଲି ଅଡିଟୋରିୟମ ଓ କଲେଜ ଖେଳ ପଡ଼ିଆରେ ଯୋଗ ଶିକ୍ଷକ ପରମାନନ୍ଦ ପରିଡା, ସୁଶାନ୍ତ କୁମାର ଚାନ୍ଦ, ପ୍ରତାପ ରାଣା ସିଂଙ୍କ ଦ୍ଵାରା ଯୋଗ ଅଭ୍ୟାସ କରାଯାଇଥିଲା ଏବଂ ଶପଥ ପାଠ କରାଯାଇଥିଲା। କାର‌୍ୟ୍ୟକ୍ରମରେ ଏକ ହଜାରରୁ ଉର୍ଦ୍ଧ୍ଵ ସଂଖ୍ୟାରେ ଛାତ୍ରଛାତ୍ରୀ, ଅଭିଭାବକ, ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ବିଭିନ୍ନ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧିଙ୍କ ସମେତ ସମାଜର ବିଭିନ୍ନ ବର୍ଗର ଜନତା ଏହି ଯୋଗାଭ୍ୟାସରେ ସାମିଲ ହୋଇଥିଲେ । ଏଥି ସହିତ ଅବକାରୀ ଅଧିକ୍ଷକ ଜ୍ଞାନରଞ୍ଜନ ପଣ୍ଡା ଓ ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା କୁମାରୀ ସାହୁ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର‌୍ୟ୍ୟ ପ୍ରମୁଖ ଉପସ୍ଥିତ ରହି ଉକ୍ତ କାର‌୍ୟ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିବାରେ ସହଯୋଗ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!