Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜେପିରେ ସାମିଲ ହେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ

by ସଞ୍ଜୟ ସ୍ୱାଇଁ
March 9, 2024
in NATIONAL NEWS, Politics
ବିଜେପିରେ ସାମିଲ ହେଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁରେଶ ପଚୌରୀ
78
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆଗକୁ ଲୋକସଭା ନିର୍ବାଚନ ଆସୁଥିବା ବେଳେ ଏବେଠାରୁ ନେତାଙ୍କର ଦଳ ଡିଆଁ ପର୍ବ ଦେଖିବାକୁ ମିଳିଛି । ତେବେ ଏହା ମଧ୍ୟରେ ମଧ୍ୟପ୍ରଦେଶ ରାଜନୀତିରୁ ଆସିଛି ଏକ ବଡ଼ ଖବର । ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ ପଚୌରୀ ହାତ ଛାଡ଼ି ପଦ୍ମ ଧରିଛନ୍ତି । ଏହି ଅବସରରେ ପଚୌରୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ବିଜେପି ପାର୍ଟି ଅଫିସରେ ସ୍ୱାଗତ କରିଥିଲେ । କଂଗ୍ରେସ ସରକାରରେ ଶ୍ରୀ ପଚୌରୀ ଅନେକ ମନ୍ତ୍ରଣାଳୟର ଦାୟିତ୍ୱ ସମ୍ଭାଳିବା ସହିତ ସେ କ୍ରମାଗତ ୪ ଥର ରାଜ୍ୟସଭା ସାଂସଦ ରହିଥିଲେ । ନିକଟରେ ବିଭିନ୍ନ ରାଜ୍ୟରେ କିଛି କଂଗ୍ରେସ ନେତା ବିଜେପିରେ ସାମିଲ ହୋଇଥିବା ବେଳେ ପଚୌରୀ ହାତ ଛାଡ଼ିବା ପରେ କଂଗ୍ରେସକୁ ଲାଗିଛି ପୁଣି ଏକ ବଡ଼ ଝଟକା । ୧୯୭୨ରେ ସେ ଯୁବ କଂଗ୍ରେସର କାର୍ଯ୍ୟକର୍ତ୍ତା ଭାବେ ନିଜର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ଏହାପରେ ୧୯୮୪ରେ ସେ ରାଜ୍ୟ ଯୁବକ କଂଗ୍ରେସର ଅଧ୍ୟକ୍ଷ ହୋଇଥିଲେ ଓ ୧୯୮୪, ୧୯୯୦, ୧୯୯୬ ଓ ୨୦୦୨ରେ ରାଜ୍ୟସଭାକୁ ଯାଇଥିଲେ । ସେ କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଭାବେ ପ୍ରତିରକ୍ଷା, କାର୍ମିକ, ସାର୍ବଜନିକ ଅଭିଯୋଗ ଓ ପେନସନ ଆଦି ବିଭାଗର ଦାୟିତ୍ୱ ସମ୍ଭାଳିବା ସହିତ ସଂସଦୀୟ ବ୍ୟାପାର, ଦଳର ତୃଣମୂଳ ସ୍ତରର ସଂଗଠନ କଂଗ୍ରେସ ସେବା ଦଳର ଅଧ୍ୟକ୍ଷ ମଧ୍ୟ ରହିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!