Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ

by ସଞ୍ଜୟ ସ୍ୱାଇଁ
May 29, 2021
in State
କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ମୁଖ୍ୟମନ୍ତ୍ରୀଙ୍କ ଶୋକ
397
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନାରେ ପ୍ରାଣ ହରାଇଲେ ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସ୍ୱର୍ଗତ ଦାସ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱରର ଏକ ଘରୋଇ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ଦାସ ଜଣେ ସ୍ତମ୍ଭକାର ତଥା ରାଜନୈତିକ ବିଶ୍ଳେଷକ ଭାବରେ ସୁନାମ ଅର୍ଜନ କରିଥିଲେ । ଅଦ୍ଧଶତାବ୍ଦୀରୁ ଅଧିକ ସମୟ ଧରି ସେ ସାମ୍ବାଦିକତା ବୃତ୍ତିରେ ସକ୍ରିୟ ରହିଥିଲେ । ସାହିତ୍ୟ ଓ ସାମ୍ବାଦିକତା ଷେତ୍ରରେ ତାଙ୍କର ଅବଦାନ ପାଇଁ ସେ ସ୍ମରଣୀୟ ରହିବେ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍ ଗତି କାମନା କରିଛନ୍ତି। ବସନ୍ତ ଦାସଙ୍କ ଦେହାନ୍ତରେ ସାମ୍ବାଦିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ଏଥି ସହିତ ବିଭିନ୍ନ ମହଲରୁ ଗଭୀର ଶୋକ ପ୍ରକାଶ ପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!