Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁନ୍ ୧୨ରେ ବିଜେପି ସରକାରକୁ ପୁରିବ ବର୍ଷେ

by ସଞ୍ଜୟ ସ୍ୱାଇଁ
May 16, 2025
in State
ଜୁନ୍ ୧୨ରେ ବିଜେପି ସରକାରକୁ ପୁରିବ ବର୍ଷେ
49
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ସମାରୋହରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ବୃନ୍ଦ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର । ରିପୋର୍ଟ କାର୍ଡ ଧରି ରାଜ୍ୟର ୧ କୋଟି ପରିବାର ପାଖରେ ପହଞ୍ଚିବେ ସରକାର । ଜୁନ୍ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । ରାଜ୍ୟ, ଜିଲ୍ଲାଠୁ ନେଇ ବ୍ଲକ୍ ଓ ପଞ୍ଚାୟତ ପୌରସଂସ୍ଥା ଗୁଡ଼ିକରେ କାର୍ଯ୍ୟକ୍ରମ କରାଯିବ । ବର୍ଷକ ମଧ୍ୟରେ ୧୧ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କଲେଣି ବିଜେପି ସରକାର । ୨୪ ନିର୍ବାଚନ ବେଳେ ୨୧ଟି ପ୍ରତିଶ୍ରୁତି ଦିଆଯାଇଥିଲା ସରକାରକୁ ଆସିବା ପରେ ସେଥିମଧ୍ୟରୁ ୧୧ଟି ପ୍ରତିଶ୍ରୁତି ପାଳନ କରାଯାଇଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ । ସେ ଆହୁରି କହିଛନ୍ତି, ଆଗାମୀ ବର୍ଷକ ମଧ୍ୟରେ ଆଉ ୧୦ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କରାଯିବ । ଜୁନ୍ ୧୨ ତାରିଖରେ ସରକାରକୁ ବର୍ଷେ ପୂରଣ ହେବାକୁ ଯାଉଥିବା ବେଳେ ଲୋକଙ୍କ ପାଖକୁ ରିପୋର୍ଟ କାର୍ଡ ନେଇଯିବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର । ବର୍ଷ ପୂର୍ତ୍ତି ଉତ୍ସବ ପାଇଁ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ନିମନ୍ତ୍ରଣ କରିବାକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଯୋଗାଯୋଗରେ ରହିଛି । ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରାଯିବ । ଲୋକଙ୍କ ପାଖକୁ ପ୍ରଦର୍ଶନ କାର୍ଡ ଧରିକି ଯିବୁ । ରାଜ୍ୟର ୧ କୋଟି ପରିବାର ପାଖରେ ଆମେ ଆମ ରିପୋର୍ଟ କାର୍ଡ ଧରି ପହଞ୍ଚିବୁ । ଏହାସହ ଆଗାମୀ ଦିନ ଲାଗି ଲୋକଙ୍କ ପରାମର୍ଶ ଲୋଡ଼ିବେ ରାଜ୍ୟ ସରକାର । ରାଜ୍ୟ, ଜିଲ୍ଲାଠୁ ନେଇ ବ୍ଲକ ଓ ପଞ୍ଚାୟତ ପୌରସଂସ୍ଥା ଗୁଡ଼ିକରେ କାର୍ଯ୍ୟକ୍ରମ କରାଯିବ । ଜୁନ୍ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ ବୋଲି ସୁରେଶ ପୂଜାରୀ କହିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!