Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
April 21, 2025
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରି ହାତର ପାପୁଲି କାଟିଦେଲେ ଦୁର୍ବୃତ୍ତ । ଗୁରୁତର ଯୁବକ ଜଣକ ହେଲେ ବଣ୍ଟି ପ୍ରଧାନ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଉସ୍ତାପଡାରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ପୂର୍ବ ଶତ୍ରୁତାକୁ ନେଇ କବିସୂର୍ଯ୍ୟନଗର ଉସ୍ତାପଡାରେ ବଣ୍ଟି ପ୍ରଧାନଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ । ଯୁବକଙ୍କୁ ଏକ ଖଣ୍ଡା ସାହାଯ୍ୟରେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ଏଥିରେ ଯୁବକଙ୍କ ହାତରେ ଗଭୀର ଆଘାତ ଲାଗିଥିଲା । ଗୁରୁତର ଅବସ୍ଥାରେ ପରିବାର ଲୋକେ ବଣ୍ଟିକୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏନେଇ ଥାନାରେ ଅଭିଯୋଗ ହୋଇନଥିଲେ ମଧ୍ୟ ଘଟଣା ବିଷୟରେ ଶୁଣିବା ପରେ କବିସୂର୍ଯ୍ୟନଗର ପୋଲିସ ଗାଁରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!